ଅପରାଧ ରାଜ୍ୟ

ସଂପର୍କୀୟଙ୍କ ଘରୁ ଫେରୁଥିଲେ ଦୁଇ ଯୁବକ, ବାଡ଼ୁଳି ଛକ ନିକଟରେ ଜଗିଥିଲା ଯମ

ସୋର: ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ବାଡୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟି ଦୁଇଜଣ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ସୋର ଥାନା ବାଳଙ୍ଗ ଗ୍ରାମର ରଶ୍ମିରଞ୍ଜନ ଧଳ(୨୭) ଓ ଶିରାପୁର ଗ୍ରାମର ସତ୍ୟଜିତ ନାୟକ(୧୮) ଏକ ସଂପର୍କୀୟଙ୍କ ଘରୁ ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ। ସିମୁଳିଆ ଥାନା ବାଡ଼ୁଳି ଛକ ନିକଟରେ ଏକ କାର(ଓଡି୦୧ଏଜି-୯୨୯୨) ତାଙ୍କୁ ଧକ୍କା ଦେଇଥିଲା।

ଘଟଣା ସ୍ଥଳରେ ରଶ୍ମିରଞ୍ଜନ ଧଳଙ୍କ ମୃତ୍ୟୁ ହୋଇଥିବା ବେଳେ ସତ୍ୟଜିତ ନାୟକଙ୍କୁ ଗୁରୁତର ଭାବେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।