ରାଜ୍ୟ

ସଂପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେଉ: ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, କ୍ରାଇମବ୍ରାଞ୍ଚକୁ ମାମଲା ହସ୍ତାନ୍ତରିତ ହେବା ପରେ ବି ଏଯାଏ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ସମ୍ପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିବା ସହ ଆଉ କେତେ ତଥ୍ୟକୁ ଅପେକ୍ଷା କରାଯିବ ବୋଲି ପ୍ରଶ୍ନ କରିଛନ୍ତି ବିଜୟ ପଟ୍ଟନାୟକ। 

ସେ ଆହୁରି କହିଛନ୍ତି, ମହିଳା ସଶକ୍ତୀକରଣ ପାଇଁ ଯୋଜନା ହେଉଛି, କିନ୍ତୁ ମହିଳା ଏଠି ଅସୁରକ୍ଷିତ। ବାପା ହିସାବରେ ମୁଁ ବ୍ୟଥିତ, ଝିଅକୁ ମାରିବାକୁ କିଏ ଅଧିକାର ଦେଲା? ନାଇଟ୍ ପାଟ୍ରୋଲିଂ ପାଇଁ କର୍ମଚାରୀ ନାହାନ୍ତି। ତେବେ ରାଜ୍ୟ ସରକାର କଣ କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।