ରାଜ୍ୟ

ସକ୍ରିୟ ହେଲା ଦୁର୍ବଳ ମୌସୁମୀ; ଆଜିଠୁ ୫ ଦିନ ବର୍ଷିବ

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଗଙ୍ଗାନଗରରୁ ବାହାରି, ଦିଲ୍ଲୀ, ଆଲିଗଡ, ହମିରପୁର, ପ୍ରୟାଗରାଜ, ଡାଲଟନଗଞ୍ଜ, ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ୱର ଦେଇ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଅନ୍ୟପକ୍ଷରେ ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଏବଂ ସମୁଦ୍ର ପତନଠାରୁ ୧.୫ରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ- ପଶ୍ଚିମ ଦିଗକୁ ଗତି କରିବା ସହ ସକ୍ରିୟ ରହିଛି।

ଏହାର ପ୍ରଭାବରେ ଦୁର୍ବଳ ହୋଇପଡ଼ିଥିବା ମୌସୁମୀ ପୁନର୍ବାର ସ୍ୱାଭାବିକ ସ୍ଥିତିକୁ ଫେରିବ ଏବଂ ଆଜିଠୁ (ମଙ୍ଗଳବାର) ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବଂ ୬ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବା ସହ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୫ ଜୁଲାଇ, ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ମେଘାଛନ୍ନ ରହିବା ସହ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।