ଅପରାଧ ରାଜ୍ୟ

ସରକାରୀ ଜମିରେ ଚାଲିଥିଲା ଗଞ୍ଜେଇ ଚାଷ, ଅବକାରୀ ବିଭାଗ ଓ ପୋଲିସ ମିଳିତ ଭାବେ କଲା ନଷ୍ଟ

ବାଲିଗୁଡ଼ା ୧୫।୧୧ : ୨କୋଟି ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ବାଲିଗୁଡା ପୋଲିସ । କନ୍ଧମାଳ ଜିଲ୍ଲା ବାଲିଗୁଡାରେ ବିପୁଳ ପରିମାଣର ଗଞ୍ଜେଇ ଚାଷ ନଷ୍ଟ କରିଛି ପୋଲିସ l ବାଲିଗୁଡା ଥାନା ଅଧିକାରୀଙ୍କ ନେତୃତ୍ୱରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହି ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି ।

ଖବର ଅନୁଯାୟୀ, ପୋଲିସ ଫୋର୍ସ ଏବଂ ଅବକାରୀ ବିଭାଗ ମିଳିତ ଭାବେ ବାଲିଗୁଡା ଥାନା ଦୁଦୃକିଆ ଗ୍ରାମ ପଞ୍ଚାୟତ ସିପାଞ୍ଜିର ଅଞ୍ଚଳରେ ଚଢାଉ କରିଥିଲା । ଏଠାରେ ସରକାରୀ ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଚାଷକୁ ନଷ୍ଟ କରିଛନ୍ତି l ଯାହାର ଆନୁମାନିକ ମୂଲ୍ୟ ଦୁଇ କୋଟି ଦଶ ଲକ୍ଷ ଟଙ୍କା ହେବବୋଲି ଥାନା ଅଧିକାରୀ କହିଛନ୍ତି । ଏନେଇ ବାଲିଗୁଡା ଥାନାରେ ଏନ. ଡ଼ି. ପି. ଏସ ଆକ୍ଟରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।