ରାଜ୍ୟ

ସାପ କାମୁଡ଼ାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ସୋର: ଜଳେଶ୍ୱର ବ୍ଲକ ଚମାର ଗାଁ ପଞ୍ଚାୟତ ଘୋଳାଇ ଗ୍ରାମର ଜଣେ ଶିକ୍ଷୟିତ୍ରୀ ସାପ କାମୁଡ଼ାରେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହେଉଥିବା ବେଳେ ସୋର ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ଶିକ୍ଷୟିତ୍ରୀ ହେଲେ ସୁମିତ୍ରା କର (୫୦)। ସୁମିତ୍ରା ଘୋଳାଇ ନିତ୍ୟାନନ୍ଦ ୟୁଜି ଏମଇ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। ଗତକାଲି ବିଳମ୍ବିତ ରାତିରେ ସେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ ଦଂଶନ କରିଥିଲା। ଏ ବାବଦରେ ଜାଣିପାରି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିବା ବେଳେ ସେଠାରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

କଟକ ଯାଉଥିବା ବେଳେ ସୋର ନିକଟରେ ତାଙ୍କର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହେବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।