ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସୋମବାରରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ୱର: ଦୁଇ ବର୍ଷ ପରେ ସୋମବାରଠାରୁ ଖୋଲିବ ପ୍ରଥମରୁ ୫ମ ଶ୍ରେଣୀ। ଏଥିସହ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ କ୍ଲାସରୁମ ପାଠପଢା ମଧ୍ୟ ଆରମ୍ଭ ହେବ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ନେଇ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ଶ୍ରୀ ଦାଶ କହିଛନ୍ତି ଯେ ସ୍କୁଲ ଖୋଲିବା ନେଇ ଗତ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ନିଆଯାଇଥିଲା। ଆସନ୍ତାକାଲି ଠାରୁ ପ୍ରଥମ ରୁ ସପ୍ତମ କ୍ଲାସ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ପ୍ରଥମ ସପ୍ତାହରେ କେବଳ ବିଭିନ୍ନ ଆକ୍ଟିଭିଟି କରାଯିବ, ପାଠ ପଢ଼ାଯିବ ନାହିଁ। ଏହାସହ ପ୍ରଥମରୁ ପଞ୍ଚମ ଛାତ୍ରଛାତ୍ରୀ ପ୍ରାୟ ଦୁଇ ବର୍ଷ ହେବ ଶ୍ରେଣୀ ଶିକ୍ଷା ଗ୍ରହଣ କରି ନାହାନ୍ତି। ଏଥିପାଇଁ ସ୍ୱତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ସାମିଲ ହେବ। ଫଳରେ ଦୁଇ ବର୍ଷ ହେବ ଶ୍ରେଣୀ ପାଠପଢ଼ା ଦୂରରେ ଥିବା ପିଲାମାନେ ପଛେଇ ଯିବେ ନାହିଁ। ଜିଲ୍ଲା ଓ ବ୍ଲକ ଶିକ୍ଷା ଅଧିକାରୀମାନେ ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି। ନିର୍ବାଚନ ହୋଇଥିବାରୁ ସ୍କୁଲ କ୍ୟାମ୍ପସକୁ ବିଶୋଧନ କରାଯାଇଛି। ପିଲାଙ୍କ ଉପସ୍ଥାନ ଯେପରି ବଢ଼ିବ ସେଥିପାଇଁ ଅଭିଭାବକଙ୍କ ସହ ବୈଠକ କରାଯାଇଛି। ପିଲାଙ୍କ ସୁରକ୍ଷା ଆମର ପ୍ରଥମ କର୍ତ୍ତବ୍ୟ ରହିବ। ଦଶମ ଓ ଦ୍ୱାଦଶ ପରୀକ୍ଷା ନେଇ ସେ କହିଛନ୍ତି ଯେ ଇତି ମଧ୍ୟରେ ଉଭୟ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ଜାରି ରଖିଛନ୍ତି। ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି