ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ସୋରିଷ ତେଲରେ ଅଛି ଅନେକ ଔଷଧୀୟ ଗୁଣ, ଦୂର କରେ ଏହି ସବୁ ଶାରୀରିକ ସମସ୍ୟା

ଆପଣଙ୍କ ରୋଷେଇ ଘରେ ସୋରିଷ ତେଲ ନିଶ୍ଚୟ ଥିବ। ଏମିତି ଅନେକ ଶାରୀରିକ ସମସ୍ୟା ରହିଛି ଯାହା ପାଇଁ ସୋରିଷ ତେଲ ଔଷଧ ପରି କାମ କରେ। ତେବେ, ଚାଲନ୍ତୁ ଜାଣିବା କେଉଁ କେଉଁ କ୍ଷେତ୍ରରେ ଆମେ ସୋରିଷ ତେଲର ଉପଯୋଗ କରିପାରିବା।

ଟିକେ ଥଣ୍ଡା କିମ୍ବା କାଶ ହେଲେ ଆପଣମାନେ ସୋରିଷ ତେଲକୁ ଫୁଟାଇ ଗୋଡ଼ରେ ମାଲିସ୍‌ କରିପାରିବେ। ବାସ୍ତବ କଥାଟି ହେଉଛି ଥଣ୍ଡା କାଟିବା ପାଇଁ ଏହାଠାରୁ ଭଲ ଉପାୟ ଆଉ କିଛି ହୋଇନପାରେ। ସୋରିଷ ତେଲ ପାଦରେ ମାଲିସ କଲେ ଥଣ୍ଡା ଭଲ ହେବା ସହ ଦେହ ଦରଜ ବି କମ୍‌ ହୋଇଥାଏ। ଗାଧୋଇବା ପୂର୍ବରୁ ନାଭିରେ ତେଲ୍‌ ଲଗାଇ ଗାଧେଇଲେ ଅନେକ ପ୍ରକାରର ସୁଫଳ ମିଳିଥାଏ। ବିଭିନ୍ନ ପ୍ରକାରର ପେଟ ସମସ୍ୟା ଦୂର ହୋଇଥାଏ ଏପରି କରିବା ଦ୍ବାରା।

ମୁହଁକୁ ହାଲୁକା ଉଷୁମ ପାଣିରେ ଧୋଇ ଦେବା ପରେ ଅଳ୍ପ ଟିକେ ସୋରିଷ ତେଲ୍‌ ହାତରେ ନେଇ ମୁହଁ ସାରା ମାଲିସ୍‌ କରନ୍ତୁ, ତ୍ୱଚାର ଔଜଲ୍ୟତା ବୃଦ୍ଧି ପାଇବ। କେଶର ରଙ୍ଗ ଗାଢ଼ କଳା ଚାହୁଁଥିଲେ ସପ୍ତାହକୁ ୨ ଥର ସୋରିଷ ତେଲ୍‌ ଲଗାଇ ଅଧଘଣ୍ଟା ପରେ କେଶ ସଫା କରନ୍ତୁ। ଦେଖିବେ କିଛି ମାସ ଏପରି କରିବା ଦ୍ୱାରା କେଶର ରଙ୍ଗ ଅପେକ୍ଷାକୃତ କଳା ହୋଇଯିବ। ଯଦି ଦୂର ସ୍ଥାନରୁ ଯାତ୍ରା ସାରି ଫେରିଛନ୍ତି ଦେହ ପୀଡ଼ା କମାଇବା ପାଇଁ ସୋରିଷ ତେଲ ଲଗାଇ ମାଲିସ୍‌ କରିଲେ ଉପଶମ ମିଳିଥାଏ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ