ଅପରାଧ ରାଜ୍ୟ

ସ୍ତ୍ରୀକୁ ଟାଙ୍ଗିଆରେ ହାଣିଦେଲା ସ୍ୱାମୀ, ହତ୍ୟା ପରେ ଥାନାରେ ଆତ୍ମସମର୍ପଣ

ଅନୁଗୁଳ ୩୧।୦୫: ସ୍ବାମୀର ଟାଙ୍ଗିଆ ଚୋଟରେ ଗଲା ସ୍ତ୍ରୀର ଜୀବନ । ଅନୁଗୁଳ ବନ୍ତଳା ଥାନା ଅନ୍ତର୍ଗତ ବଡ଼କେରା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ବନ୍ତଳା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସ୍ବାମୀ ବସନ୍ତ ବେହେରା ଓ ସ୍ତ୍ରୀ ଲିପି ବେହେରାଙ୍କ ମଧ୍ୟରେ କୌଣସି କାରଣରୁ ରାତିରେ ବଚସା ହୋଇଥିଲା। ବଚସା ଉଗ୍ରରୂପ ହେବାରୁ ବସନ୍ତ ଲିପିର ମୁଣ୍ଡକୁ ଟାଙ୍ଗିଆରେ ଚୋଟ ମାରିଥିଲା। ଯାହାଫଳରେ ଘଟଣାସ୍ଥଳରେ ଲିପିଙ୍କ ମୃତ୍ୟୁ ହୋଇଥିଲା ।

ତେବେ ଏହି ସମୟରେ ଘରେ କେହିନଥିଲେ। ହତ୍ୟାକାଣ୍ଡର କିଛି ସମୟ ପରେ ବସନ୍ତ ବନ୍ତଳା ଥାନାରେ ଆତ୍ମସମର୍ପଣ କରିଛନ୍ତି । ପୋଲିସ ଆଗରେ ନିଜର ସମସ୍ତ ଦୋଷ ସ୍ୱୀକାର କରିଥିଲେ ଏବଂ ଘଟଣାସଂପର୍କରେ ସବୁ କଥା କହିଥିଲେ । ଏହାପରେ ବନ୍ତଳା ପୋଲିସ ଘଟଣାସ୍ଥଳରେ ପହଁଚି ଶବକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।