ଦେଶ ବିଦେଶ ସ୍ୱାସ୍ଥ୍ୟ

ସ୍ଥିତି ସଙ୍ଗୀନ : ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୯ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୧୭୬୧ ମୃତ

ନୂଆଦିଲ୍ଲୀ ୨୦।୦୪: ସ୍ଥିତି ଅସମ୍ଭାଳ । ରେକର୍ଡ କରିଛି କରୋନା । ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭୬୧ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୭୬୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ହଜାର ୦୮୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୩୧ ଲକ୍ଷ ୮ ହଜାର ୫୮୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୦୩୧୯୭୭।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ