ରାଜ୍ୟ ସ୍ପେଶାଲ ରିପୋର୍ଟ

ସ୍ପଷ୍ଟ ହେଉଛି ଚିତ୍ର: ୯ରେ ବାତ୍ୟା ‘ମୋଚା’, ୧୨ ତାରିଖରେ ସ୍ଥଳଭାଗ ଛୁଇଁବ

ଭୁବନେଶ୍ବର : ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଏବଂ ୮ ତାରିଖରେ ଏହା ଅବପାତରେ ପରିଣତ ହେବା ପରେ ଉତ୍ତର ଦିଗ‌ରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହେବା ପାଇଁ ପାରିପାର୍ଶ୍ବିକ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଥିବାରୁ ୯ ତାରିଖ ବେଳକୁ ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ସମ୍ଭାବ୍ୟ ବାତ୍ୟାକୁ ନେଇ ପାଣିପାଗ ବିଭାଗର ଆକଳନ ରାଜ୍ୟବାସୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ତେବେ ଏହାର ଗତିପଥ କିଭଳି ରହିବ ସେନେଇ ବିଭାଗ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ଚିତ୍ର ଦେଇନାହିଁ। ଭାରତୀୟ ଉପକୂଳରେ ସ୍ଥଳଭାଗ ଛୁଇଁବ କି ନାହିଁ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। କିନ୍ତୁ ଅନ୍ତର୍ଜାତୀୟ ପାଣପାଗ ସଂସ୍ଥା ‘ୱିଣ୍ଡି ଡଟ୍ କମ’ର ଆକଳନ ଅନୁସାରେ ବାତ୍ୟା ବାଂଲାଦେଶ ଉପକୂଳ ପାଖାପାଖି ଲ୍ୟାଣ୍ଡଫଲ୍ କରିପାରେ। ୧୨ ତାରିଖ ଅପରାହ୍ନ ୨ଟା ପରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଧିକ ରହିଛି। ସେହିପରି ଜିଏଫଏସ୍ ମଡେଲ୍ ମଧ୍ୟ ବାତ୍ୟା ୧୨ ତାରିଖ ରାତି ୧୦ଟା ପରେ ଅର୍ଥାତ ବିଳମ୍ବିତ ରାତିରେ ବାଂଲାଦେଶ ଓ ମିଆଁମାର ଉପକୂଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବୋଲି ଆକଳନ କରିଛି। ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟା ପ୍ରତି ବେଗ ପାଖାପାଖି ୧୦୦ କିମି ରହିବା ନେଇ ପୂର୍ବାନୁମାନ କରାଯାଇଛି। ମାତ୍ର ଭାରତୀୟ ପାଣିପାଗ ବିଭାଗ ମାପିଚୁପି ପୂର୍ବାନୁମାନ କରୁଛି। ଯଦି ବାତ୍ୟା ହୁଏ, ତେବେ ତାହାର ନାଁ ‘ମୋଚା’ ରହିବ।

Webdunia

ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ ସମୁଦ୍ର ଭିତରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ବାତ୍ୟାରେ ପରିଣତ ହେବା ନେଇ ପାରିପାର୍ଶ୍ବିକ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ୭ ତାରିଖରୁ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ଛୁଇଁପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୭ ତାରିଖଠାରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟରେ ରହିଛନ୍ତି ସେମାନେ ୭ ତାରିଖ ସୁଦ୍ଧା ‌ସୁରକ୍ଷିତ ସ୍ଥା‌ନକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଏବେ ବାତ୍ୟାର ଗତିପଥ ନେଇ ସ୍ପଷ୍ଟ ଭାବେ କିଛି କୁହାଯାଇପାରିବ ନାହିଁ। ଲଘୁଚାପ ସୃଷ୍ଟି ପରେ ଏହାର ଗତିପଥ ସ୍ପଷ୍ଟ ହେବ। ବର୍ତ୍ତମାନ ଓଡ଼ିଶା ଉପକୂଳ ପାଇଁ ବର୍ଷା, ପବନ ସମ୍ପର୍କରେ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ। ତେଣୁ ଲୋକେ ଭୟଭୀତ ହୁଅନ୍ତୁ ନାହିଁ।

ସେପଟେ ରାଜ୍ୟ ସରକାର ମଧ୍ୟ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ଅଧିକାରୀମାନଙ୍କୁ ଆଲର୍ଟ କରାଯାଇଛି। ପାଣିପାଗ ବିଭାଗ ସହ ସମନ୍ୱୟ ରଖାଯାଇ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ଲାଗି ଯୋଜନା ହୋଇଛି। ପ୍ରତି ଜିଲ୍ଲାରେ କଣ୍ଟ୍ରୋଲ ରୁମ୍‌ ଖୋଲା ଯାଇଥିବା ନେଇ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଗଣମାଧ୍ୟମକୁ କହିଛନ୍ତି।

Oneindia Bengali

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଶ୍ରୀ ଦାସ କହିଛନ୍ତି ଯେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଅଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆଜି ବର୍ଷା ହୋଇଥିବା ବେଳେ, ଏହା ଆଗାମୀ ୨ ଦିନ ମଧ୍ୟ ଜାରି ରହିବ। କାଳବୈଶାଖୀ ପ୍ରଭାବରେ ବର୍ତ୍ତମାନ ରାଜ୍ୟରେ ତାପମାତ୍ରା କମ୍‌ ରହିଛି। ତେବେ ୩ ଦିନ ପରେ ପାଗ ବଦଳିବା ସହ ତାପମାତ୍ରା ୩ରୁ ୫ ଡିଗ୍ରି ବଢ଼ିପାରେ। ବୁଧବାର ଦିନ କୋରାପୁଟରେ ସର୍ବାଧିକ ୪୬ ମିମି ବର୍ଷା ହୋଇଥିବା ବେଳେ ସୋନପୁରରେ ୪୨, ନୟାଗଡ଼ରେ ୨୯, ଗୋପାଳପୁରରେ ୧୨.୯, କେନ୍ଦୁଝରରେ ୯.୬, କେନ୍ଦ୍ରାପଡ଼ାରେ ୮.୪, ଭୁବନେଶ୍ବରରେ ୭.୭ ମିମି ବର୍ଷା ରେକର୍ଡ କରାଯାଇଛି। ଏହାବ୍ୟତୀତ ଉପକୂଳ ଓଡ଼ିଶା ସମେତ ଅନ୍ୟାନ୍ୟ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।