ରାଜ୍ୟ ସ୍ପେଶାଲ ରିପୋର୍ଟ

ସ୍ବାଭାବିକଠାରୁ ୩ଂ ଉପରେ ପାରଦ, ୫ ସହରରେ ତାପମାତ୍ରା ୩୮ ଡିଗ୍ରି ଉପରେ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ରାଜ୍ୟରେ ଏବେ ପ୍ରଚଣ୍ଡ ଖରା ଜାରି ରହିଛି। ରବିବାର ଦିନ ରାଜ୍ୟର ୫ ସହରର ତାପମାତ୍ରା ୩୮ ଡିଗ୍ରି ଅତିକ୍ରମ କରିଥିବା ବେଳେ ୩୮.୮ ଡିଗ୍ରି ତାପମାତ୍ରା ସହ ତାଳଚେର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏହାପରେ ରହିଛି ରାଜଧାନୀ ଭୁବନେଶ୍ବର। ରାଜଧାନୀରେ ରବିବାର ଦିନର ସର୍ବୋଚ୍ଚ ତାପମାତ୍ରା ୩୮.୪ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଅନୁଗୁଳରେ ୩୮.୧ ଡିଗ୍ରି, ଝାରସୁଗୁଡ଼ା ଓ ଭଦ୍ରକରେ ୩୮ ଡିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି। ଏହି ୫ ସହର ବ୍ୟତୀତ ରାଜ୍ୟର ୧୧ ସହରର ତାପମାତ୍ରା ଆଜି ୩୭ ଡିଗ୍ରି ଉପରେ ରହିଥିଲା।

ଏବେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହୁଥିବା ବେଳେ ବାୟୁମଣ୍ଡଳରେ ଆର୍ଦ୍ରତା କମ୍‌ ରହିଛି। ଫଳରେ ରାଜ୍ୟର ତାପମାତ୍ରା ବର୍ତ୍ତମାନ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରି ଅଧିକ ରହୁଛି। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଅନ୍ୟପଟେ ୭ ତାରିଖ ଦିନ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳ ଯଥା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୮ ତାରିଖ ଦିନ ମଧ୍ୟ ଏହି ଅଞ୍ଚଳରେ ବର୍ଷା ହୋଇପାରେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।