ଅପରାଧ ରାଜ୍ୟ

ହାଇଓ୍ୱା ଧକ୍କାରେ ଦୁଇ ବାଇକ୍‌ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ଅଞ୍ଚଳବାସୀ

କୋରାପୁଟ ୨୬।୦୯: ହାଇଓ୍ୱା ଧକ୍କାରେ ଦୁଇ ମଟର ସାଇକେଲ୍‌ ଆରୋହୀ ମୃତ । କୋରାପୁଟ ଜିଲ୍ଲା କାକରିଗୁମ୍ମାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିନପାରିନାହିଁ । ପୋଲିସ ଘଟଣାରେ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ରବିବାର ରାତିରେ କାକରିଗୁମ୍ମାରେ ଏହି ସଡ଼କ ଦୁର୍ଘଟଣା ଘଟିଥିଲା । ଏକ ହାଇଓ୍ୱା ଧକ୍କାରେ ଦୁଇ ବାଇକ୍‌ ଆରୋହୀ ରାସ୍ତାରେ ପଡିଯାଇଥିଲେ । ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟଲୋକେ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେତେବେଳକୁ ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ବାକି ଅନ୍ୟ ଗୁରୁତର ଜଣଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ମଧ୍ୟ ରାତିରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ସେପଟେ କ୍ଷତିପୂରଣ ଦେବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ଜୋର ଧରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।