Subscribe to Updates

    Get the latest creative news from FooBar about art, design and business.

    What's Hot

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023
    Facebook X (Twitter) Instagram
    Trending
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ହାଇକୋର୍ଟଙ୍କ ଉଦ୍‌ବେଗ: ଭିନ୍ନ ରାଜ୍ୟର ପୁଲିସ ମଧ୍ୟରେ ରହୁନି ସମନ୍ବୟ
    ରାଜ୍ୟ

    ହାଇକୋର୍ଟଙ୍କ ଉଦ୍‌ବେଗ: ଭିନ୍ନ ରାଜ୍ୟର ପୁଲିସ ମଧ୍ୟରେ ରହୁନି ସମନ୍ବୟ

    NewsLaxmi7By NewsLaxmi7July 13, 2023Updated:July 13, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    କଟକ: ଗୋଟିଏ ରାଜ୍ୟର ପୁଲିସ ସହିତ ଅନ୍ୟ ରାଜ୍ୟ ପୁଲିସର ସମନ୍ବୟ ଓ ସହଯୋଗ ରହୁ ନାହିଁ। ଅନ୍ୟ ରାଜ୍ୟର ପୁଲିସ ନିକଟରୁ ଜଣେ ଅଭିଯୁକ୍ତ ସଂପର୍କରେ ଆବଶ୍ୟକ ତଥ୍ୟ ମିଳି ପାରୁନାହିଁ। ଏଭଳି ସ୍ଥିତିରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଅଭିଯୁକ୍ତ ସଂପର୍କରେ ଆବଶ୍ୟକ ତଥ୍ୟ ଦେବାରେ ରାଜ୍ୟ ସରକାର ସମର୍ଥ ହୋଇ ପାରୁନାହାନ୍ତି। ଏହାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିବା ସହିତ ଏଭଳି ସମସ୍ୟାର ସରକାରୀ ସ୍ତରରେ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ନଚେତ ତ୍ରୁଟି କରିଥିବା ଅଧିକାରୀଙ୍କ ବିରୋଧରେ କଠୋର ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦିଆଯିବ ଏବଂ ଅଦାଲତ ଅବମାନନା ଆଇନ ଅନୁସାରେ ପଦକ୍ଷେପ ନିଆଯିବ ବୋଲି ହାଇକୋର୍ଟ କହିଛନ୍ତି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ କ୍ରିଷ୍ଣ କୁମାରଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ମୁଖ୍ୟ ସଚିବଙ୍କୁ ଏହି ପ୍ରସଂଗରେ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

    ମାମଲାର ବିବରଣୀରୁ ପ୍ରକାଶ ଯେ ନିଶାଦ୍ରବ୍ୟ କାରବାର ମାମଲାରେ ଗିରଫ ହୋଇ ଜେଲରେ ଥିବା ଆବେଦନକାରୀ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆବେଦନକାରୀ ଉତ୍ତରପ୍ରଦେଶର ହାଥରସ ଜିଲ୍ଲାର ବାସିନ୍ଦା ବୋଲି ଆବେଦନରେ ଉଲ୍ଲେଖ କରାଯାଇଥିଲା। ଏପରି ତଥ୍ୟର ସତ୍ୟାସତ୍ୟ ଯାଞ୍ଚ କରି ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ଗତ ଫେବ୍ରୁଆରି ୬ରେ କହିଥିଲେ। ଏହି ପ୍ରସଂଗରେ ହାଥରସ ଏସପିଙ୍କ ସହିତ ଯୋଗାଯୋଗ କରି ପରବର୍ତ୍ତୀ ଶୁଣାଣି ପୂର୍ବରୁ ରିପୋର୍ଟ ଦାଖଲ ପାଇଁ ଗଞ୍ଜାମ ଏସପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଫେବ୍ରୁଆରି ୨୭, ମାର୍ଚ୍ଚ ୧୪, ଏପ୍ରିଲ ୩ ଓ ୧୧ରେ ମାମଲାର ଶୁଣାଣି ସମୟରେ ଆବେଦନକାରୀଙ୍କ ଠିକଣା ଯାଞ୍ଚ ସଂପର୍କିତ ରିପୋର୍ଟ ଦାଖଲ ପାଇଁ ସରକାର ସମୟ ଲୋଡିଥିଲେ। ମେ ୨ରେ ସରକାରଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ ଫେବ୍ରୁଆରି ୬ର ନିର୍ଦ୍ଦେଶ ଅନୁସାରେ ହାଥରସ ଏସପିଙ୍କୁ ଗଞ୍ଜାମ ଏସପି ଚିଠି ଲେଖି ଆବଶ୍ୟକ ତଥ୍ୟ ଦେବାକୁ କହିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ଜବାବ ମିଳି ପାରିନାହିଁ।

    ଏହି ପ୍ରସଂଗରେ ସତ୍ୟପାଠ ଦାଖଲ ପାଇଁ ଗଞ୍ଜାମ ଏସପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମେ ୧୫ରେ ଶୁଣାଣି ସମୟରେ ସରକାରଙ୍କ ତରଫରୁ ଦର୍ଶାଯାଇଥିଲା ଯେ ଏହା ଏକ ଅବକାରୀ ମାମଲା, ତେଣୁ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ସତ୍ୟପାଠ ଦାଖଲ କରିବେ। ହାଇକୋର୍ଟ ପୂର୍ବ ନିର୍ଦ୍ଦେଶରେ ପରିବର୍ତ୍ତନ କରି ଅବକାରୀ ଅଧୀକ୍ଷକଙ୍କୁ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜୁନ ୨୧ରେ ମାମଲାର ଶୁଣାଣି ସମୟରେ ସତ୍ୟପାଠ ଦାଖଲ ପାଇଁ ପୁଣି ସରକାର ସମୟ ଲୋଡିଥିଲେ। ଶେଷରେ ଜୁନ ୨୩ରେ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ସତ୍ୟପାଠ ଦାଖଲ କରି ଦର୍ଶାଇଥିଲେ ଯେ ହାଥରସ ଏସପିଙ୍କୁ ବାରମ୍ବାର ଯୋଗଯୋଗ କରାଯାଇ ଆବେଦନକାରୀଙ୍କ ଠିକଣାର ସତ୍ୟାସତ୍ୟ ପ୍ରସଂଗରେ ତଥ୍ୟ ଦେବାକୁ କୁହାଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ରିପୋର୍ଟ ମିଳି ପାରିନାହିଁ। ଆବେଦନକାରୀ ଦେଇଥିବା ଠିକଣା ଠିକ୍ ଅଛି ବା ନାହିଁ ତାହା ଯାଞ୍ଚ କରିବାକୁ ରାଜ୍ୟ ସରକାରଙ୍କୁ ବାରମ୍ବାର ସୁଯୋଗ ଦିଆଯାଇଥିଲେ ମଧ୍ୟ ଏହି ନିର୍ଦ୍ଦେଶ ପାଳନ କରାଯାଇ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଅନ୍ୟପକ୍ଷରେ ଆବେଦନକାରୀଙ୍କ ତରଫରୁ ଦୁଇ ଜାମିନଦାରଙ୍କ ସଂପର୍କରେ ସୂଚନା ପ୍ରଦାନ କରାଯାଇଥିବା ବେଳେ ଏହି ପ୍ରସଂଗରେ ତଥ୍ୟ ଉପସ୍ଥାପନ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଅଧିକ ସମୟ ଲୋଡା ଯାଇଥିଲା। ଜୁଲାଇ ୨୪ରେ ଆରମ୍ଭ ହେବାକୁ ଥିବା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleବାହାନଗା ରେଳ ଦୁର୍ଘଟଣା: ୭ କର୍ମଚାରୀ ନିଲମ୍ବିତ
    Next Article ରାଇପାହାଡ଼ରେ ଆନ୍ଧ୍ରର ଅନୁପ୍ରବେଶ ପ୍ରସଙ୍ଗ: ବିନା ନିଷ୍କର୍ଷରେ ବୈଠକ ଶେଷ
    NewsLaxmi7
    • Website

    Related Posts

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ନୂଆଦିଲ୍ଲୀ/ଭୁବନେଶ୍ୱର: ଦିବ୍ୟାଙ୍ଗ ପିଲାମାନଙ୍କ ପ୍ରତିଭା କାହାଠାରୁ କୌଣସି ଗୁଣରେ କମ୍ ନୁହେଁ। ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ…

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଜୀବନ ଯୁଦ୍ଧରେ ହାରିଗଲେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ, କ୍ୟାନସରରେ ଥିଲେ ପୀଡିତ

    July 21, 2022

    ହଲିଉଡ୍‌ ଷ୍ଟାର କ୍ରର୍ଷ୍ଟି ଏଲେଙ୍କ ପରଲୋକ, ଦୀର୍ଘଦିନ ଧରି କ୍ୟାନସରରେ ଥିଲେ ପୀଡିତ

    December 6, 2022

    ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ

    October 2, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.