ରାଜ୍ୟ ସ୍ପେଶାଲ ରିପୋର୍ଟ

ହାଇକୋର୍ଟରେ ଆର୍ଦ୍ରଭୂମି ସୁରକ୍ଷା ମାମଲା: ପ୍ରତିଦିନ ଡ୍ରୋନ୍ କ୍ୟାମେରା ଜଗିବ ବେଆଇନ ଘେରି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଟକ: ଆର୍ଦ୍ରଭୂମି ସୁରକ୍ଷା ମାମଲାର ହାଇକୋର୍ଟ ଶୁଣାଣି କରି ଚିଲିକା ଓ ଭିତରକନିକା ଅଞ୍ଚଳର ଡ୍ରୋନ୍ କ୍ୟାମେରା ମାଧ୍ୟମରେ ପାଟ୍ରୋଲିଂ ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବେଆଇନ ଘେରି ପ୍ରସଙ୍ଗ ତଦାରଖ ପାଇଁ ପ୍ରତିଦିନ ବିଭିନ୍ନ ସମୟରେ ତିନିଥର ଡ୍ରୋନ୍‌ କ୍ୟାମେରାରେ ଫଟୋ ଉଠାଯିବ। ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପ୍ରସଙ୍ଗ ସୁନିଶ୍ଚିତ କରିବା ପାଇଁ ଡ୍ରୋନ୍‌ରେ ଉଠାଯାଇଥିବା ଫଟୋର ରେକର୍ଡ ନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ସଂରକ୍ଷିତ କରି ରଖାଯିବ। ନିୟମିତ ଡ୍ରୋନ୍‌ ମାଧ୍ୟମରେ ଉଠାଯାଉଥିବା ଫଟୋରୁ ବେଆଇନ ଭାବେ ଗଢ଼ି ଉଠୁଥିବା ଘେରି ସଂପର୍କରେ ସୂଚନା ମିଳିପାରିବ।

ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ନେଇ ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ ପରବର୍ତ୍ତୀ ଶୁଣାଣି ସମୟରେ ରିପୋର୍ଟ ଦାଖଲ କରିବେ ବୋଲି ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପ୍ରତି ଶୁଣାଣି ପୂର୍ବରୁ ବେଆଇନ ଘେରି ଉଚ୍ଛେଦ ସଂପର୍କିତ ସାନି ସ୍ଥିତିନେଇ ଚାରି ଜିଲ୍ଲାପାଳ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ, ବେଆଇନ ଘେରି ପ୍ରସଙ୍ଗ ନେଇ ରୁଜୁ ସମସ୍ତ ଏତଲାର ଉପଯୁକ୍ତ ତଦନ୍ତ କରାଯିବ। ଚାର୍ଜସିଟ୍‌ ଦାଖଲ ସହିତ ଟ୍ରାଏଲ୍‌ ଶେଷ କରାଯାଇ ଏଭଳି ମାମଲାର ଯୁକ୍ତିଯୁକ୍ତ ଅନ୍ତ ଘଟିବା ଉଚିତ ବୋଲି ହାଇକୋର୍ଟ କହିଛନ୍ତି। ଆଜି ହାଇକୋର୍ଟରେ ମାମଲାର ଶୁଣାଣି ସମୟରେ ପୁରୀ, ଗଞ୍ଜାମ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭର୍ଚୁଆଲ ମାଧ୍ୟମରେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ହାଇକୋର୍ଟ ନିଜଆଡ଼ୁ ଏକ ମାମଲା ରୁଜୁ କରିଥିଲେ। ଆମିକସ୍ କ୍ୟୁରୀ ମୋହିତ ଅଗ୍ରୱାଲ ଏହି ମାମଲା ପରିଚାଳନା କରୁଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।