ଦେଶ ବିଦେଶ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ଆଶ୍ୱସ୍ତି : ଶିକ୍ଷା ସମ୍ପୂର୍ଣ୍ଣ କରିବାକୁ ସବୁ ସାହାଯ୍ୟ ଯୋଗାଇବେ ସରକାର

ନୂଆଦିଲ୍ଲୀ, ୧୪/୦୩ : ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଙ୍କ ପାଇଁ ଖୁସି ଖବର । ଶିକ୍ଷା ସମ୍ପୂର୍ଣ୍ଣ କରିବେ ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀ। ଏଥିପାଇଁ ଭାରତ ସରକାର ସବୁ ସହାୟତା ଯୋଗାଇଦେବେ। ଏନେଇ ଲୋକସଭାରେ ଉତ୍ତର ରଖିଛନ୍ତି ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସାଂସଦ ଗୌରବ ଗୋଗଇଙ୍କ ଏକ ପ୍ରଶ୍ନରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅପରେସନ ଗଙ୍ଗା ପ୍ରଶଂସାଯୋଗ୍ୟ। ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀଙ୍କ ଶିକ୍ଷା ସମ୍ପୂର୍ଣ୍ଣ କରିବାକୁ ଭାରତ ସରକାର ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିବେ। ଏବେ ସେମାନଙ୍କୁ ଚାପରୁ ବାହାର କରିବାର ସମୟ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ଋଷ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ହେବା ପରେ ଯୁଦ୍ଧଗ୍ରସ୍ତ ଅଞ୍ଚଳରେ ଫସିଥିବା ବହୁ ଛାତ୍ରଛାତ୍ରୀ ଭାରତ ଫେରିଛନ୍ତି। ଅପରେସନ ଗଙ୍ଗା ମାଧ୍ୟମରେ ଭାରତ ସରକାର ଏହି ଛାତ୍ରଛାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି। ତେବେ ଏହି ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀମାନେ ସେମାନଙ୍କର ପାଠ ଅଧାରୁ ଛାଡି ଆସିଥିବାରୁ ସେମାନଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସ୍ପଷ୍ଟୋକ୍ତି ପରେ ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ଆଶ୍ଵସ୍ତି ପ୍ରଦାନ କରିଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି