ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ୟୁପିରେ ଗ୍ରୀଷ୍ମଲହରି: ମୃତ୍ୟୁସଂଖ୍ୟା ୬୮କୁ ବୃଦ୍ଧି

ଲକ୍ଷ୍ନୌ : ଉତ୍ତର ଭାରତର ଅନେକ ଅଂଶରେ ଗ୍ରୀଷ୍ମଲହରି ଜାରି ରହିଛି। ପୂର୍ବ ଉତ୍ତରପ୍ରଦେଶର ବଲିୟାରେ ସ୍ଥିତି ଅତ୍ୟନ୍ତ ଗମ୍ଭୀର ରହିଛି। ବଲିୟାରେ ପୁଣି ୧୪ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ରାଜ୍ୟରେ ଗ୍ରୀଷ୍ମଲହରି ଜନିତ ମୃତ୍ୟୁସଂଖ୍ୟା ୬୮କୁ ବୃଦ୍ଧି ପାଇଛି। ଗତକାଲି ବଲିୟା ଜିଲ୍ଲା ହସ୍ପିଟାଲରେ ୧୭୮ ଲୋକ ଭର୍ତ୍ତି ହୋଇଥିଲେ। ଏମାନଙ୍କ ମଧ୍ୟରୁ ୧୪ ଜଣଙ୍କ ମୃତ୍ୟୁ ହୋଇଯାଇଛି। ସେମାନଙ୍କର ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଥିଲା। ପ୍ରବଳ ଗରମ ଯୋଗୁ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଗ୍ରୀଷ୍ମଲହରି ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଜି ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ଏବଂ ଆବଶ୍ୟକ ନିର୍ଦ୍ଦେଶାବଳି ଜାରି କରିଛନ୍ତି। ଯୋଗୀ କହିଛନ୍ତି, ଗତ କିଛି ଦିନ ଧରି ଉତ୍ତରପ୍ରଦେଶର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମଲହରି ପ୍ରଭାବ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିବାକୁ ପଡ଼ିବ। ସାଧାରଣ ଲୋକ ବି ଅଂଶୁଘାତର ଲକ୍ଷଣ ସଂକ୍ରାନ୍ତରେ ସଚେତନ ରହି ଆଗୁଆ ପଦକ୍ଷେପ ଗ୍ରହଣ କରିବା ଉଚିତ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଂଶୁଘାତର ଶିକାର ହୋଇଥିବା ବ୍ୟକ୍ତିଙ୍କୁ ତୁରନ୍ତ ହସ୍ପିଟାଲରେ ଚିକିତ୍ସା କରାଯିବା ଉଚିତ। ବିଭିନ୍ନ ସ୍ଥାନରେ ତଥା ଦୋକାନ ବଜାର ଏବଂ ମୁଖ୍ୟ ରାସ୍ତାରେ ପାନୀୟ ଜଳର ବ୍ୟବସ୍ଥା କରିବା ସହ ଅନାବଶ୍ୟକ ବିଦ୍ୟୁତ କାଟ ବନ୍ଦ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଅଞ୍ଚଳରେ ଜଳର ଅଭାବ ଦେଖାଦେଇଛି ସେହି ଅଞ୍ଚଳରେ ପାଣି ଟାଙ୍କି ଦ୍ବାରା ପାଣି ଯୋଗାଣ କରିବାପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ ସବୁଠି ପାନୀୟ ଜଳ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ