ଅପରାଧ ରାଜ୍ୟ

୧୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ଲମତାପୁଟ ୨୮।୦୭: ପୁଣି ଧରାପଡିଲା ଗଞ୍ଜେଇ କାରବାର । କୋରାପୁଟ ଜିଲ୍ଲା ଲମତାପୁଟ ସୂର୍ମି ଗାଁ ଛକ ନିକଟରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ପୋଲିସ । ଏହାସହିତ ଜଣଙ୍କୁ ଗିରଫ ମଧ୍ୟ କରିଛି ପୋଲିସ ।

ଖବର ଅନୁଯାୟୀ, ଗୋଟିଏ କାର୍‌ରେ ୫ଟି ବସ୍ତାରେ ପ୍ରାୟ ୧ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଚାଲାଣ ହେଉଥିଲା । ଏହି ସବୁ ଗଞ୍ଜେଇ ବାହାର ରାଜ୍ୟକୁ ଚାଲାଣ ହେଉଥିବା ନେଇ ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ ପୋଲିସ ଲମତାପୁଟ ସୂର୍ମି ଗାଁ ଛକ ନିକଟରେ କାର୍‌କୁ ଅଟକାଇଥିଲା । ଗାଡିରେ ସର୍ଚ୍ଚ ବେଳେ ୧ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ସେହିପରି ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।