ରାଜ୍ୟ ସ୍ପେଶାଲ ରିପୋର୍ଟ

୧୦ ଜିଲ୍ଲାରେ ହେବ ଘନ କୁହୁଡ଼ି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ୧୬ ଓ ୧୭ ତାରିଖରେ ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ୧୬ ତାରିଖରେ କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା ଓ ଢେଙ୍କାନାଳ ଏବଂ ୧୭ ତାରିଖ ଭୋର ସମୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଘନ କୁହୁଡ଼ି ହୋଇପାରେ। ତେଣୁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଉକ୍ତ ସମସ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପକ୍ଷରେ ଗତ ଦୁଇ ଦିନ ହେଲା ରାଜ୍ୟର କିଛି ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଅବଶିଷ୍ଟ ସ୍ଥାନରେ ହାଲୁକା ଶୀତ ପଡ଼ୁଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଆଜି ରାଜ୍ୟର ସର୍ବନିମ୍ନ ତ‌ାପମାତ୍ରା ସେମିଳିଗୁଡ଼ାଠାରେ ୫.୫ ଡିଗ୍ରି ରେକର୍ଡ ହୋଇଛି। ସେହିଭଳି ସମତଳ ଅଞ୍ଚଳ ମଧ୍ୟରେ ଫୁଲବାଣୀର ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ବରର ରାତି ତାପମାତ୍ରା ୧୫.୯ ଡିଗ୍ରି ରହିଥିବା ବେଳେ କଟକର ରହିଥିଲା୧୭ ଡିଗ୍ରି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।