ପର୍ଯ୍ୟଟନ ରାଜ୍ୟ

୧୦ ଦିନ ପାଇଁ ଭିତରକନିକା ବନ୍ଦ

ରାଜନଗର: ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡ଼ିକରେ କୁମ୍ଭୀରମାନଙ୍କର ଗଣନା କରାଯିବ। କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୨ ତାରିଖରୁ ୧୧ ତାରିଖ ଯାଏ ୧୦ ଦିନ ଧରି କୁମ୍ଭୀରମାନଙ୍କ ଗଣନା କରାଯିବ।

୧୦ଦିନ ଧରି ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୧୨ରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାରେ ଜାନୁଆରି ୨୦୨୧ରେ ହୋଇଥିବା ଗଣନା ଅନୁସାରେ ୧୭୬୮ ବଉଳା କୁମ୍ଭୀର ଅଛନ୍ତି।

NewsLaxmi7

About Author

You may also like

ପର୍ଯ୍ୟଟନ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଦୀର୍ଘଦିନ ପରେ କରୋନା କଟକଣା ମଧ୍ୟରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। କୋଭିଡ କଟକଣା ମାନି ଜାତୀୟ ଉଦ୍ୟାନରେ ବୁଲି
ପର୍ଯ୍ୟଟନ

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ, ଏହାର ଅଭିବୃଦ୍ଧି ପାଇଁ ଚଳିତବର୍ଷ ବଜେଟରେ 19 କୋଟି ଟଙ୍କା ବ୍ୟବସ୍ଥା

ପରିବେଶ ପର୍ଯ୍ୟଟନରୁ ବଢିଛି ଆୟ। 2019-20 ଆର୍ଥିକ ବର୍ଷରେ 46 ହଜାରରୁ ଅଧିକ ପର୍ଯ୍ୟଟକ ପରିବେଶ ପର୍ଯ୍ୟଟନର ସୁଯୋଗ ନେଇଥିଲେ। ଏଥିରୁ 6 କୋଟି 85 ଲକ୍ଷ