ରାଜ୍ୟ ଶିକ୍ଷା ଓ ନିଯୁକ୍ତି

୧୧,୪୦୩ ଶିକ୍ଷକ ପଦବି ପୂରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରକ୍ରିୟା ଆରମ୍ଭ, ଏପ୍ରିଲ ସୁଦ୍ଧା ନିଯୁକ୍ତି

ଭୁବନେଶ୍ୱର: ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧,୪୦୩ ଶିକ୍ଷକ ପଦବି ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ନିକଟରେ ଗୋଟିଏ ଦିନରେ ୬୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦେଇଥିଲେ। ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବି ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬୭୨୦ ଜଣ ଟିଜିଟି କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା ।

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବି ମଧ୍ୟ ମଂଜୁର କରାଯାଇଛି। ଏବେ ଖାଲି ପଦବି ତଥା ନୂତନ ମଂଜୁରୀପ୍ରାପ୍ତ ପଦବିକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବି ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ଏପ୍ରିଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି ।

୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁରୂପେ ଶେଷ କରିବା ତଥା ଆଉ ଏକ ପର୍ଯ୍ୟାୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ, ଶିକ୍ଷା କ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି