ରାଜ୍ୟ

୧୨ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ: ପାଣିପାଗ ବିଭାଗର ପୂର୍ବାନୁମାନ,୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନ‌େଶ୍ବର: ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି। ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ବାୟୁମଣ୍ଡଳ ଉପରି ଭାଗରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଗୁରୁବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ବଢିବ। ସମ୍ଭାବ୍ୟ ଲଘୁଚାପ ଯୋଗୁ ମହାନଦୀର ଉପରି ମୁଣ୍ଡରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁରକୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।