କଳା ଓ ସଂସ୍କୃତି ଦେଶ ବିଦେଶ ମନୋରଞ୍ଜନ ରାଜ୍ୟ

୧୩ ବର୍ଷ ପରେ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କ ହତ୍ୟା ମାମଲାର ପଞ୍ଚମ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: କମିସନରେଟ୍ ପୁଲିସକୁ ବଡ଼ ସଫଳତା। ୨୦୦୮ ମସିହା ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତି ହତ୍ୟା ଘଟଣାରେ ପୁଲିସ ୧୩ ବର୍ଷ ପରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। କମିସନରେଟ୍ ପୁଲିସର ସ୍ପେସାଲ ସ୍କ୍ୱାଡ ଦୀର୍ଘ ୧୩ ବର୍ଷ ତଳର ଏହି ଘଟଣାରେ ବିକ୍ରମ ଆଦିତ୍ୟ ଜେନା ନାମକ ଅପରାଧୀକୁ ଗିରଫ କରିଛି ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।
ତାଙ୍କର ସୂଚନା ଅନୁସାରେ, ୧୩ ବର୍ଷ ତଳର ଏହି ହତ୍ୟା ପଛରେ ପ୍ରତିଶୋଧ ହିଁ ମୁଖ୍ୟ କାରଣ ଥିଲା। ଗିରଫ ହୋଇଥିବା ଅପରାଧୀ ଜଣକ ନିଜ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କୁ ହତ୍ୟା କରିଥିଲା । ଏଥିପାଇଁ ସେ ସୁଚିନ୍ତିତ ଯୋଜନା ପ୍ରସ୍ତୁତ କରିବା ସହିତ ଅନ୍ୟମାନଙ୍କ ସହ ମିଶି ତାଙ୍କୁ ହତ୍ୟା କରିଥିଲା ଏବଂ ହତ୍ୟା କରିବା ପରେ ସୁମନ୍ତଙ୍କୁ ତାଙ୍କ ଗାଡ଼ି ଭିତରେ ହିଁ ରଖି ଦେଇଥିଲା ।

ପୁଲିସ ଏହି ହତ୍ୟାକାଣ୍ଡରେ ୪ ଜଣଙ୍କୁ ଗିରଫ କରିଥିଲା। ହେଲେ ପଞ୍ଚମ ଅଭିଯୁକ୍ତ ବିକ୍ରମ ଆଦିତ୍ୟ ଜେନା ଏହି ହତ୍ୟା କରିବା ପରେ ଫେରାର୍ ହୋଇଯିବା ସହିତ ପୁଲିସ ହାତରୁ ଖସି ଯାଇଥିଲା। ଗତ ୧୩ ବର୍ଷ ହେଲା ସେ ପୁନେରେ ରହିବା ସହିତ ଜଣେ ଜିମ୍ ଟ୍ରେନର ଭାବେ କାମ କରୁଥିଲା। ମଝିରେ ମଝିରେ ସେ ନିଜ ଘର ସହିତ ମଧ୍ୟ ସଂପର୍କରେ ରହୁଥିଲା। ପୁଲିସ ଏହାପରେ ଛାନଭିନ୍ କରି ତାକୁ ଗିରଫ କରିଛି ବୋଲି କହିଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ