ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

୧୬ତାରିଖରେ ଖୋଲିବ ସ୍କୁଲ, କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବା: ମାନିବେ କୋଭିଡ଼ ଗାଇଡଲାଇନ୍

ଭୁବନେଶ୍ୱର ୩୧।୧୦: ଆସିଲା ଅନଲକ୍- ୬ ଗାଇଡଲାଇନ୍ । ନଭେମ୍ବର ପାଇଁ ଅନ୍ ଲକ୍ -୬ ଗାଇଡ ଲାଇନ୍ ଜାରି କରଛନ୍ତି ରାଜ୍ୟ ସରକାର । ଏବଂ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ବାଦଶ ଶ୍ରେଣୀ ଯାଏ ସ୍କୁଲ ଖୋଲିବ । ତେବେ ନଭେମ୍ବର ୩୦ ତାରିଖ ଯାଏ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ନିର୍ଦ୍ଦେଶନାମା ଜାରି ରହିଛି । ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି ହେବ । ତେବେ ଏହି ନିର୍ଦ୍ଦେଶନାମା ଅନୁସାରେ କଣ୍ଟେନମେଣ୍ଟ ଜୋନରେ ଲକ୍ ଡାଉନ୍ ଜାରି ରହିବ ବୋଲି ଏଥିରେ ଉଲ୍ଲେଖ ରହିଛି ।

ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ରାଜ୍ୟରେ ଖୋଲିବ ସ୍କୁଲ । ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ସେହିପରି ନଭେମ୍ବର ୩୦ ପର୍ଯ୍ୟନ୍ତ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ଅନ୍‌ଲକ୍‌ ୬ରେ ରହିଛି ।

ରାଜ୍ୟରେ କରୋନା ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ଉପରେ ରୋକ ଲଗାଯାଇଥିଲା । ରାଜ୍ୟରେ ଇତିମଧ୍ୟରେ କରୋନାକୁ ୭ମାସରୁ ଅଧିକ ଦିନ ହୋଇଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ଖୋଲିବା ଉପରେ କଟକଣା ଲଗାଇଥିଲେ ସରକାର । କରୋନା ସମୟରେ ଛାତ୍ରଛାତ୍ରୀମାନେ ଅନଲାଇନ୍‌ ଜରିଆରେ ପାଠ ପଢୁଥିଲେ । ତେବେ କରୋନା ସ୍ଥିତିରେ ସୁଧାର ଆସୁଥିବାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି