ରାଜ୍ୟ

୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଦିନ ୧୧ଟାରୁ ଦର୍ଶନ ବନ୍ଦ

ପୁରୀ: ୧୯ ତାରିଖରେ ଶ୍ରୀଜିଉଙ୍କର ମାତ୍ର ୩ ଘଣ୍ଟା ନବ ଯୌବନ ଦର୍ଶନ ହେବ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସକାଳ ୮ଟାରୁ ୯ଟା ଯାଏ ପରିମାଣିକ ଦର୍ଶନ ବ୍ୟବସ୍ଥା ରହିବ। ସକାଳ ୮ଟାରୁ ୯ଟା ଯାଏ ପାରମାଣିକ ଟିକେଟଧାରୀ କରିପାରିବେ ଦର୍ଶନ। ପାରମାଣିକ ଟିକେଟର ଦାମ ୧୦୦ ଟଙ୍କା ସ୍ଥିର କରାଯାଇଛି। ସେହିଭଳି ସକାଳ ୯ଟାରୁ ୧୧ଟା ଯାଏଁ ସାହାଣମେଲା ଦର୍ଶନ କରିପାରିବେ ଭକ୍ତ । ୨ ଘଣ୍ଟା ଧରି ସାହାଣ ମେଲା ଦର୍ଶନ କରିପାରିବେ ସାଧାରଣ ଲୋକେ । ତେବେ ଦିନ୧୧ଟାରୁ ଦର୍ଶନ ବନ୍ଦ ରହିବ।

ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥାରୁଢ ହେବେ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ।  ସେଥିନେଇ ଶ୍ରୀମନ୍ଦିର  ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।