ଦେଶ ବିଦେଶ ସ୍ୱାସ୍ଥ୍ୟ

୧ କୋଟି ଟପିଲା ଦେଶରେ କରୋନାଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୫,୧୫୩ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ୩୨୩ ଦିନ ମଧ୍ୟରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୧୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୪୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୫, ୧୩୬ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୦୪,୫୯୯ରେ ପହଞ୍ଚିଛି।

୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୧,୦୮୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୫, ୫୦, ୭୧୨। ଏହାଛଡ଼ା, ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦୮୭୫୧।

ସ୍ୱାସ୍ଥ୍ୟମନ୍ତ୍ରାଳୟ କହିବା ଅନୁସାରେ, ମେ ମାସରେ ଦେଶରେ ସୁସ୍ଥତାସଂଖ୍ୟା ୫୦ ହଜାର ଥିବା ବେଳେ ଡିସେମ୍ବର ମାସରେ ୯୫ ଲକ୍ଷ ଟପିଯାଇଛି। ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ଠାରୁ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୦ଗୁଣ ଅଧିକ। ଏବେ ସମୁଦାୟ ସଂକ୍ରମଣ ସଂଖ୍ୟାର ୩.୧୫%।

‘ଆଇସିଏମ୍‌ଆର୍‌’ କହିଛି ଯେ, ଡିସେମ୍ବର ୧୮ ତାରିଖ ସୁଦ୍ଧା ୧୬,୦୦,୯୦,୫୧୪ ନମୁନା ପରୀକ୍ଷା କରାଯାଇଛି। ଡିସେମ୍ବର ୧୮ ତାରିଖ ଦିନ ୧୧, ୭୧, ୮୬୮ ନମୁନା ପରୀକ୍ଷା କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ