ରାଜ୍ୟ ସ୍ପେଶାଲ ରିପୋର୍ଟ

୨୩‌‌‌‌ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟା ଜଳ

ସମ୍ବଲପୁର : ଆସନ୍ତା ୨୩ରେ ଖୋଲିବ ହୀରାକୁଦ ଜଳଭଣ୍ଡାରର‌ ଗେଟ୍‌। ଉପର ମୁଣ୍ଡରେ ବର୍ଷା ଯୋଗୁ କ୍ରମାଗତ ଭାବେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଥିବାରୁ ରବିବାର ସକାଳ ୯ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ହେଡ୍‌ ୱାର୍କ୍ସ ଓ ଅତିରିକ୍ତ ସ୍ପିଲୱେର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ସୁଶୀଳ ବେହେରା ସୂଚନା ଦେଇଛନ୍ତି।

ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ହେଉଛି ୬୩୦ ଫୁଟ୍। ଗୁରୁବାର ସନ୍ଧ୍ୟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୦ ଫୁଟ୍‌ରେ ପହଂଚିଛି। ଏହି ସମୟରେ ଜଳଭଣ୍ଡାରକୁ ୧,୪୦,୧୪୭ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩୯,୮୪୨ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା। ସେଥିରୁ ୩୬,୬୪୩ କ୍ୟୁସେକ୍ ଜଳ ପାୱାର ଚାନେଲ ଦେଇ ମହାନଦୀରେ ନିଷ୍କାସିତ ହେଉଥିବା ବେଳେ ୨୯୨୫ କ୍ୟୁସେକ୍ ଜଳସେଚନ ନିମନ୍ତେ କେନାଲଗୁଡ଼ିକରେ ଛଡ଼ାଯାଇଛି। ୨୩ ତାରିଖ ଦିନ ଜଳଭଣ୍ଡାରର ଜଳସ୍ତର ୬୧୫ ଫୁଟ୍ ଅତିକ୍ରମ କରିଥିବା ନେଇ ଆକଳନ କରାଯାଉଛି।

ଗତବର୍ଷ ୧୮ ଜୁଲାଇରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ସେହି ସମୟରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୦୮ ଫୁଟ୍‌ ରହିଥିଲା। ହୀରାକୁଦ ଜଳଭଣ୍ଡାରରୁ ବନ୍ୟା ଜଳ ନିଷ୍କାସନ ଫଳରେ ମହାନଦୀ ଏବଂ ତାର ଶାଖା ନଦୀଗୁଡ଼ିରେ ଜଳସ୍ତର ବୃଦ୍ଧି ପାଇବ। ତେଣୁ, ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବା ଆବଶ୍ୟକ ବୋଲି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।