ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୮, ୧୩୯ ଆକ୍ରାନ୍ତଙ୍କ ସହ ଦେଶରେ କୋଭିଡ୍‌-୧୯ ସଂକ୍ରମିତସଂଖ୍ୟା ୧.୦୪ କୋଟି ଟପିଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୮,୧୩୯ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍‌-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧.୦୪ କୋଟି ଟପିଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୧୦% କମ୍‌ ରହିଛି।
ସମ୍ପ୍ରତି ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୪୧୩, ୪୧୭ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର େଓ୍ଵବ୍‌ସାଇଟ୍‌ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮, ୧୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୩୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୧୨% ଅଧିକ ରହିଛି।

ଗତ ୨୪ ଘଣ୍ଟାରେ ୨୩୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୫୭୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୦,୫୩୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୦,୩୭,୩୯୮।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୨୫,୪୪୯।
କରୋନାଭାଇରସ୍‌ ଟିକା ବଣ୍ଟନ ପ୍ରକ୍ରିୟା ନିମନ୍ତେ ଆଜି ଦେଶର ୩୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଦ୍ୱିତୀୟ ପର୍ଯ୍ୟାୟ ‘ଡ୍ରାଏ ରନ୍‌’ ଆରମ୍ଭ ହୋଇଛି।

‘ଡ୍ରାଏ ରନ୍‌’ ପ୍ରସ୍ତୁତି ସମୀକ୍ଷା କରିବା ନିମନ୍ତେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ ଗତକାଲି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମନ୍ତ୍ରୀ, ମୁଖ୍ୟ ଏବଂ ଅତିରିକ୍ତ ଶାସନ ସଚିବମାନଙ୍କ ସହ ଆଲୋଚନା କରିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ