ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୩୮,୩୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୯୦ମୃତ

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟମିତଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୩୮,୩୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଗତକାଲି ଦୁଇ ଦିନ ଭଳି ଆଜି ମଧ୍ୟ ମୃତ୍ୟୁସଂଖ୍ୟା ୫୦୦ତଳକୁ ଖସିଛି। ୨୪ଘଣ୍ଟାରେ ୪୯୦ଜଣ ମୃତ୍ୟୁବରଣ କରିଥିବା ବେଳେ ୫୮୩୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ଟପିଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୨,୬୭,୬୮୩ରେ ପହଞ୍ଚିଛି । ଏହା ମଧ୍ୟରୁ ୫୪୧୪୦୫ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୩,୦୯୭ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୬,୦୩,୧୨୧ ରେ ପହଞ୍ଚିଛି । ଏହା ସହ ଦେଶରେ ଗତକାଲି ୧୦,୪୬,୨୪୭ନମୁନା ପରୀକ୍ଷା କରାଯାଇଥିବା ବେଳେ ନଭେମ୍ବର ୨ସୁଦ୍ଧା ସର୍ବମୋଟ ୧୧,୧୭,୮୯,୩୫୦ ନମୁନା ପରୀକ୍ଷା କରାଯାଇଛି।

ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୫୬୭୫୪୩କୁ ବୃଦ୍ଧି ପାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ବୋଲି ଆମେରିକାର ଜନ ହପକିନ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ତଥ୍ୟରେ କୁହାଯାଇଛି । ଆମେରିକାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଭାରତରେ ସୁସ୍ଥ ସଂଖ୍ୟା ସବୁଠୁ ଅଧିକ ରହିଛି। ଆମେରିକାରେ ୬୧୭୧୪୦୨ଜଣ ସୁସ୍ଥ ହୋଇଥିବା ବେଳେ ଭାରତରେ ୭୬,୦୩,୧୨୧ ଜଣ ସୁସ୍ଥ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ