ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୬୪୫ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ଓ ୨୦୧ ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୮, ୬୪୫ ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍‌-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୦,୪୫୦,୨୮୪ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୬୪୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୦୧ ମୃତ୍ୟୁ ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ ୨୦୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୯୯୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇଥିବା ୧୯,୨୯୯ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ସମୁଦାୟ ସୁସ୍ଥତାସଂଖ୍ୟା ୧,୦୦,୭୫,୯୫୦ରେ ପହଞ୍ଚିଛି। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୪୨% ବୋଲି କେନ୍ଦ୍ର ସରକାର କହିଛନ୍ତି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୨୩,୩୩୫।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଶନିବାର ସୁଦ୍ଧା ସମଗ୍ର ଦେଶରେ ୧୮,୧୦,୯୬,୬୨୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୮,୪୩,୩୦୭।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ