ରାଜ୍ୟ ସ୍ପେଶାଲ ରିପୋର୍ଟ

୨୫ରେ ଲଘୁଚାପ, ୩ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର : ଆଜି(ସୋମବାର) ପଶ୍ଚିମ କେନ୍ଦ୍ରୀୟ ତଥା ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଅର୍ଥାତ୍‌ ୨୫ ତାରିଖ ଆଡ଼କୁ ସେହି ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବ‌ରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ମୌସୁମୀଜନିତ ନିମ୍ନଚାପରେଖା ଗତକାଲିଠାରୁ ଗୁଜରାଟର ଦେସାରୁ ବାହାରି ରିଲମ୍‌, ବେତୁଲ, ବ୍ରହ୍ମପୁରୀ, ‌କାଙ୍କେର, ଆନ୍ଧ୍ରପ୍ରଦେଶର କଳିଙ୍ଗ ପାଟନମ୍‌ରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରୁ ରାଜ୍ୟରେ ଲଘୁଚାପଜନିତ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆ‌ସନ୍ତା ୨୫ ତାରିଖ ଦିନ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲା ପାଇଁ ୟେ‌ଲୋୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ଓ ୨୭ରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ରାଜଧାନୀ ଭୁବ‌ନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ମଝିରେ ମଝିରେ କିଛି ବର୍ଷା ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ରାତି ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।