ରାଜ୍ୟ ସ୍ପେଶାଲ ରିପୋର୍ଟ

୨୬ରେ ଅମିତ ଶାହଙ୍କ ଓଡ଼ିଶା ଗସ୍ତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆସନ୍ତା ୨୬ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏନେଇ ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ଅମିତ ଶାହ ଏହି ଗସ୍ତରେ ଭଦ୍ରକ‌ରେ ଏକ ସାଧାରଣ ସଭାରେ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଶ୍ରୀ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଏହି ସଭା କରିବେ। ଏଥିରେ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ବିଧାନସଭା କ୍ଷେତ୍ରର ତୃଣମୂଳସ୍ତରର ନେତା ଯୋଗଦେବେ।

ପୂର୍ବରୁ ଅମିତ ଶାହଙ୍କର ଢେଙ୍କାନାଳ ଏବଂ ଭଦ୍ରକରେ କାର୍ଯ୍ୟକ୍ରମ ନେଇ ସ୍ଥିର ହୋଇଥିବାବେଳେ ଏବେ ଭଦ୍ରକ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ଆଉ କେଉଁଠି ସାଧାରଣ ସଭା ହେବ ତାହା ସ୍ଥିର ହୋଇନି। ଦିନେ ଦୁଇଦିନ ମଧ୍ୟରେ ଏହା ଚୂଡ଼ାନ୍ତ ହୋଇଯିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି। ଅପରପକ୍ଷେ ଶ୍ରୀ ଶାହ ତାଙ୍କ ଓଡ଼ିଶା ଗସ୍ତ ଅବସରରେ ଦଳର ବରିଷ୍ଠ ନେତୃବୃନ୍ଦ, ସମସ୍ତ ପଦାଧିକାରୀ, ସାଂସଦ ଓ ବିଧାୟକଙ୍କୁ ନେଇ ବୈଠକ କରିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।