Subscribe to Updates

    Get the latest creative news from FooBar about art, design and business.

    What's Hot

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023
    Facebook X (Twitter) Instagram
    Trending
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    • ପ୍ରଦେଶ କଂଗ୍ରେସ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
    • ମା’ ଆସୁଛନ୍ତି: ସର୍ବଧର୍ମ ସମନ୍ୱୟର ତୋରଣ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»୩୧ ଜୁଲାଇ ସୁଦ୍ଧା ପ୍ରଧାନମନ୍ତ୍ରୀ ଫସଲ ବୀମା କରାଇବା ପାଇଁ ପରାମର୍ଶ
    ରାଜ୍ୟ

    ୩୧ ଜୁଲାଇ ସୁଦ୍ଧା ପ୍ରଧାନମନ୍ତ୍ରୀ ଫସଲ ବୀମା କରାଇବା ପାଇଁ ପରାମର୍ଶ

    NewsLaxmi7By NewsLaxmi7July 26, 2023Updated:July 26, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର: ଚଳିତ ଖରିଫ ଫସଲର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା କରାଇ ନେବା ପାଇଁ ରାଜ୍ୟ କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଦେଇଛନ୍ତି କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ.ଅରବିନ୍ଦ ପାଢୀ। ସୂଚନା ଅନୁଯାୟୀ, ଖରିଫ-୨୦୨୩ରୁ ରବି-୨୦୨୫ ମଧ୍ୟରେ ୨ ହେକ୍ଟର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଫସଲ ବୀମାର ପ୍ରିମିୟମ ରାଜ୍ୟ ସରକାର ବହନ କରିବେ। ତେଣୁ ଅଧିକରୁ ଅଧିକ ଚାଷ ଜମି ଏବଂ ଚାଷୀ ବୀମାଭୁକ୍ତ ହେବ ବୋଲି ଆଶା କରାଯାଉଛି। ୨୦୧୬ ମସିହାରୁ ଓଡ଼ିଶା ସରକାର ରାଜ୍ୟରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା କାର୍ଯ୍ୟକାରୀ କରୁଛନ୍ତି।

    ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଫସଲ କ୍ଷତି ହେଲେ କ୍ଷତିଗ୍ରସ୍ତ କୃଷକମାନଙ୍କୁ ବୀମା କମ୍ପାନି ପକ୍ଷରୁ କ୍ଷତିପୂରଣ ପ୍ରଦାନ କରାଯାଇଛି। ଚଳିତ ଖରିଫରେ ଧାନ, ମକା, କପା, ମାଣ୍ଡିଆ, ହରଡ଼, ଚିନାବାଦାମ, ଅଦା ଓ ହଳଦୀ ଆଦି ୮ ଗୋଟି ଫସଲକୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ଏଥିପାଇଁ ଜାରି ମାର୍ଗଦର୍ଶିକା ଅନୁଯାୟୀ ଖାଦ୍ୟଶସ୍ୟ ଓ ତୈଳବୀଜ ଫସଲ ପାଇଁ ମୋଟ ବୀମା ପରିମାଣର ୨ ପ୍ରତିଶତ (ଋଣ ପ୍ରଦାନ ସମତୁଲ ଅର୍ଥରାଶି) ପ୍ରିମିୟମ ଆକାରରେ ପ୍ରଦାନ କରାଯାଇଥାଏ। କପା, ହଳଦୀ, ଅଦା ଆଦି ବ୍ୟାବସାୟିକ ଫସଲ ପାଇଁ ପ୍ରିମିୟମ ବୀମାରାଶିର ସମୁଦାୟ ୫ ପ୍ରତିଶତ ଅଟେ। ଅବଶିଷ୍ଟ ପ୍ରକୃତ ପ୍ରିମିୟମ୍‌କୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ୫୦ ପ୍ରତିଶତ ଲେଖାଏଁ ବହନ କରି ଥାଆନ୍ତି।

    ଫସଲବୀମା ଯୋଜନା କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ବିଗତ ୩ଟି ଋତୁର ବୀମାଭୁକ୍ତ କୃଷକଙ୍କ ସଂଖ୍ୟାକୁ ବିବେଚନା କରି ବ୍ଲକ୍‌ ଓ ପଞ୍ଚାୟତୱାରୀ ବୀମାର ଧାର୍ଯ୍ୟ ଲକ୍ଷ୍ୟ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। କୃଷି, ସମବାୟ ଓ ଅନ୍ୟ ସଂପୃକ୍ତ ବିଭାଗର ଅଧିକାରୀଙ୍କ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଖରିଫ ୨୦୨୩ରେ ବିଜ୍ଞପିତ ଫସଲ ପାଇଁ ଋଣ ଗ୍ରହଣ କରିଥିବା ଚାଷୀଙ୍କ ବୀମା କରିବା ପାଇଁ ଉଭୟ ସମବାୟ ଓ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେବା ପାଇଁ କୁହାଯାଇଛି । ଏଥି ନିମନ୍ତେ ଫସଲବୀମା କମ୍ପାନୀଗୁଡ଼ିକ ପକ୍ଷରୁ ଗ୍ରାମପଞ୍ଚାୟତ ସ୍ତରରେ ପ୍ରଚାରପ୍ରସାର ଉପରେ ଗୁରୁତ୍ୱାରୋପ କରାଯାଇଛି । ପ୍ରତ୍ୟେକ ଦିନର ବୀମାର ଅଗ୍ରଗତି ରିପୋର୍ଟ ଅପ୍‌ଲୋଡ୍‌ କରିବା ସହିତ ସମୀକ୍ଷା କରିବା ପାଇଁ ପରାମର୍ଶ ଦିଆଯାଇଛି । ଶେଷ ଦିନରେ ଫସଲବୀମା ନିମନ୍ତେ ବ୍ୟାଙ୍କ ଓ ଜନସେବା କେନ୍ଦ୍ରରେ ଭିଡରୁ ରକ୍ଷା ପାଇବା ପାଇଁ ପୂର୍ବରୁ ଫସଲବୀମା କରାଇନେବା ପାଇଁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି।

    Share. Facebook Twitter LinkedIn WhatsApp Email
    Previous Articleଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଅତିରିକ୍ତ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ
    Next Article ଦେଢ଼ ବର୍ଷ ହେଲା ଭିନ୍ନକ୍ଷମ କମିସନ ପଦ ଖାଲି
    NewsLaxmi7
    • Website

    Related Posts

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ନୂଆଦିଲ୍ଲୀ/ଭୁବନେଶ୍ୱର: ଦିବ୍ୟାଙ୍ଗ ପିଲାମାନଙ୍କ ପ୍ରତିଭା କାହାଠାରୁ କୌଣସି ଗୁଣରେ କମ୍ ନୁହେଁ। ସେମାନେ ଯାଦୁଗର ଭଳି ଅସମ୍ଭବ କଥାକୁ ସମ୍ଭବ…

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି

    October 3, 2023

    ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ପାରାମାଉଣ୍ଟ୍‌ ଲିଗ୍‌ରେ ସୁଦର୍ଶନଙ୍କ ଶତକ

    January 28, 2022

    ସବୁଠୁ ଦାମୀ ଆପାର୍ଟମେଣ୍ଟ୍‌ ୩୯୬ କୋଟିରେ ବିକ୍ରି

    March 31, 2023

    ଭୁଲ୍‌ ଭାଷଣ ଦେଇ ବାଇଡେନ ପୁଣି ଉପହସିତ

    June 17, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.