ଅପରାଧ ରାଜ୍ୟ

୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚାଲାଣ ପାଇଁ ଜଙ୍ଗଲରେ ଲୁଚାଇଥିଲେ ମାଫିଆ

ବାଲିଗୁଡା, ୨୧/୦୫: ଜଙ୍ଗଲ ମଧ୍ୟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କନ୍ଧମାଳ ଜିଲ୍ଲାକୁ ଗଞ୍ଜେଇର ପେଣ୍ଠସ୍ଥଳୀ କୁହାଯାଉଥିବା ବାଲିଗୁଡାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି l ଲଣ୍ଡାଗାଁ ପଞ୍ଚାୟତର କମ୍ବାରକିଆ ଜଙ୍ଗଲରେ ଚାଲାଣ ପାଇଁ ଜଙ୍ଗଲ ମଧ୍ୟରେ ଲୁଚାଇ ରଖାଯାଇଥିବା ୯୦୭ କିଲୋଗ୍ରାମ ୬୦୦ ଗ୍ରାମ ଗଞ୍ଜେଇକୁ ଜବତ କରିଛି ବାଲିଗୁଡା ପୋଲିସ l

ବାଲିଗୁଡା ଏସଡିପିଓ ଜି. ଆର ରେଡ୍ଡୀ ଙ୍କ ନେତୃତ୍ୱ ରେ ଏକ ସ୍ୱତନ୍ତ୍ର ଟିମ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଜଙ୍ଗଲରେ ଚଢ଼ଉ କରିଥିଲେ । ଚଢଉ ବେଳେ ଏତେ ପରିମାଣର ସବୁଜ ଜହର ଜବତ ହୋଇଥିଲା । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୫ ଲକ୍ଷ ୩୫ ହଜାର ଟଙ୍କାରୁ ଉର୍ଦ୍ଧହେବ ବୋଲି ପୋଲିସ କହିଛି l ଏନେଇ ବାଲିଗୁଡା ଥାନାରେ ଏନଡିପି ଏସ ଆକ୍ଟରେ ମାମଲା ରୁଜୁ ହୋଇଛିl ମାମଲାରେ ପୋଲିସ କାହାକୁ ବି ଗିରଫ କରିନଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।