ଅପରାଧ ରାଜ୍ୟ

୪ କୋଟି ଟଙ୍କା ଠକେଇ ଅଭିଯୋଗରେ ‘ବାସ୍ତବ ଇଣ୍ଡିଆ’ର ସଭାପତି ଓ ସଂପାଦକ ଗିରଫ

ଭୁବନେଶ୍ୱର: ୪ କୋଟି ଟଙ୍କା ଠକେଇ ଅଭିଯୋଗରେ ବାସ୍ତବ ଇଣ୍ଡିଆର ସଭାପତି ଓ ସଂପାଦକଙ୍କୁ ଗିରଫ କରାଯାଇଛି। ଗତ ୧୧ ତାରିଖରେ ଉଭୟଙ୍କୁ ରାଞ୍ଚିରୁ ଗିରଫ କରାଯାଇଥିଲା। ଭୁବନେଶ୍ୱର ଅର୍ଥ‌ନୈତିକ ଅପରାଧ ଶାଖା ଗିରଫ କରି ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣିଛି। ଦୁଇ ଅଭିଯୁକ୍ତ ହେଲେ ବାସ୍ତବ ଇଣ୍ଡିଆର ସଭାପତି ତନଭିର ନାଜରୀ ଓ ସଂପାଦକ ମହମ୍ମଦ ଅବୁଲ ହସନେନ୍। ଆଜି ଉଭୟଙ୍କୁ କଟକର ଓପିଆଇଡି କୋର୍ଟରେ ହାଜର କରାଯିବ।

ସୂଚନାଯୋଗ୍ୟ, ସୋଲାର୍ ସଚେତନତା ଓ ଛାତ୍ରଛାତ୍ରୀମାନଙ୍କୁ ପ୍ରି ମାଟ୍ରିକ୍ ଛାତ୍ରବୃତ୍ତି ଦେବା ଉଦ୍ଦେଶ୍ୟରେ ‘ବାସ୍ତବ ଇଣ୍ଡିଆ’ ‘ଛୁଲୋ ଆସମାନ’ ନାଆଁରେ ଏକ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କଠାରୁ ୪ କୋଟି ଟଙ୍କା ସଂଗ୍ରହ କରାଯାଇଥିଲା। ‌ତନଭିର ନାଜରୀ ଓ ମହମ୍ମଦ ଅବୁଲ ହସନେନ୍ ରାଜଧାନୀର ବମିଖାଲରେ ‘ବାସ୍ତବ ଇଣ୍ଡିଆ’ର ଶାଖା ଅଫିସ ଖୋଲିଥିଲେ । ଏହାପରେ ଉଭୟେ କଂପାନିକୁ ବନ୍ଦ କରି ଫେରାର୍ ହୋଇଯାଇଥିଲେ। ଘଟଣା ସଂପର୍କରେ ପୁଲିସ ନିକଟରେ ଅଭିଯୋଗ ହେବା ପରେ ଏହାର ତଦନ୍ତ ହୋଇଥିଲା ଏବଂ ଦୁଇ ଅଭିଯୁକ୍ତଙ୍କୁ ଝାରଖଣ୍ଡର ରାଞ୍ଚିରୁ ଗିରଫ କରାଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।