ରାଜ୍ୟ

୬୧ ଦିନ ପରେ ଉଠିଲା କଟକଣା: ଆଜିଠୁ ସମୁଦ୍ର ଓ ନଦୀ ମୁହାଣରେ ମାଛ ଧରାକୁ ଅନୁମତି

ଭୁବନେଶ୍ବର: ପ୍ରାୟ ୬୧ ଦିନ ପରେ କଟକଣା ଉଠିଲା। ଆଜିଠୁ ସମୁଦ୍ର ଓ ନଦୀ ମୁହାଣରେ ମାଛ ଧରାକୁ ଅନୁମତି ମିଳିଛି। ସୂଚନାଯୋଗ୍ୟ,ଗତ ଏପ୍ରିଲ ୧୫ରୁ ଜୁନ୍‌ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଥିଲା। ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥିଲା। ତେବେ ସରକାରଙ୍କ ଏହି କଟକଣାରେ ପରିବର୍ତ୍ତନ ଦାବି କରି ମତ୍ସ୍ୟଜୀବୀମାନେ ଦୀର୍ଘବର୍ଷ ହେଲା ପ୍ରତିବାଦ କରିଆସୁଥିବା ବେଳେ ଭୁବନେଶ୍ବର‌ ଠାରେ ମତ୍ସ୍ୟ ବିଭାଗ ପକ୍ଷରୁ ଅନୁଷ୍ଠିତ ବୈଠକରେ ମଧ୍ୟ ବିଭିନ୍ନ ଦାବି ସଂପର୍କରେ ଆଲୋଚନା କରାଯାଇଥିଲା। ଏହି ଦୁଇମାସ ମତ୍ସଜୀବୀଙ୍କୁ ଅଧିକ ଆର୍ଥିକ ସହାୟତା ଯୋଗାଇ ଦେବା ଏବଂ କଟକଣାକୁ କଡ଼ାକଡ଼ି କରାଯିବାକୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଯୋଗ ଦେଇଥିବା ମତ୍ସଜୀବୀ ସଂଘ ଦାବି କରିଥିଲେ।
ଗୁରୁତ୍ବପୂର୍ଣ୍ଣ ବିଷୟ ହେଲା, ମୌସୁମୀ ଆସିବା ପୂର୍ବରୁ ମାଛମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥାଏ। ମାଛମାନେ ଏହି ସମୟରେ ଅନୁକୂଳ ପରିବେଶରେ ଅଣ୍ଡା ଦେଇଥାନ୍ତି। ମାଛ ବଢ଼ିବାକୁ ୩/୪ ମାସ ଲାଗିଥାଏ। ଏହା ପୂର୍ବରୁ କଟକଣା ଶେଷ ହୋଇଯାଉଥିବାରୁ ମାଛର ଆକାର ବହୁତ ଛୋଟ ଥାଏ। ଏହି ସମୟରେ ସମୁଦ୍ରରେ ଟ୍ରଲର, ଗିଲେଟିନ୍‌, ଭୁଟୁଭୁଟି ଆଦି ଚଳାଚଳ ଆରମ୍ଭ ହୋଇଯାଏ। ଯାହାଦ୍ବାରା ଲକ୍ଷାଧିକ ମାଛ ଓ ଯାଆଁଳ ମରିଯାଆନ୍ତି। ମତ୍ସଜୀବୀ ବଡ଼ ମାଛ ବଦଳରେ ଛୋଟ ମାଛ ଆଣିଥାନ୍ତି। ମାଛ ଉତ୍ପାଦନ କମ୍‌ ହେବା ସହିତ ଟ୍ରଲର ମାଲିକ, ମତ୍ସଜୀବୀ, ବ୍ୟବସାୟୀ କ୍ଷତି ସହିଥାନ୍ତି। ତ୍ରୁଟିପୂର୍ଣ୍ଣ ନିୟମ ପାଇଁ ମାଛର ପ୍ରଜାତି ଦିନକୁଦିନ ହ୍ରାସ ପାଇବାକୁ ବସିଲାଣି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।