Subscribe to Updates

    Get the latest creative news from FooBar about art, design and business.

    What's Hot

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023
    Facebook X (Twitter) Instagram
    Trending
    • ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
    • ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
    • ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
    • ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
    • ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
    • ପୋଖରୀରୁ ଧରା ହେଲା ୧୪ ଫୁଟ୍‌ର କୁମ୍ଭୀର
    • କଲରାପତରିଆ ଛାଲ ଜବତ: ଜଣେ ଶିକାରୀ ଗିରଫ, ଅନ୍ୟ ଜଣେ ଫେରାର
    • ଲୋକସେବା ଭବନରେ ଲାଗିଥିବା ନିଆଁ ଆୟତ୍ତ
    Tuesday, October 3
    Facebook X (Twitter) Instagram
    Facebook X (Twitter) Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର
    ରାଜ୍ୟ

    ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

    NewsLaxmi7By NewsLaxmi7August 25, 2023No Comments2 Mins Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର/ନୂଆଦିଲ୍ଲୀ: ଆଜି ‘୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର’ ଘୋଷଣା କରାଯାଇଛି। ଦିଲ୍ଲୀର ନ୍ୟାସନାଲ୍ ମିଡିଆ ସେଣ୍ଟର୍‌ରେ ଆଜି (ଗୁରୁବାର) ପୁରସ୍କାର ବିଜେତାମାନଙ୍କ ନାମ ଘୋଷିତ ହୋଇଛି। ‘ଗଙ୍ଗୁବାଇ କାଠିଆୱାଡି’ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ପାଇଁ ଆଲିଆ ଭଟ୍ଟଙ୍କୁ ଓ ‘ମିମି’ ଚଳଚ୍ଚିତ୍ର ପାଇଁ କୃତୀ ସାନନ୍‌ଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ମନୋନୀତ କରାଯାଇଛି। ‘ପୁଷ୍ପା’ ଚଳଚ୍ଚିତ୍ର ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ‘ଶ୍ରେଷ୍ଠ ଅଭିନେତା ପୁରସ୍କାର’ ପ୍ରଦାନ କରାଯିବ। ‘ରକେଟ୍ରି: ଦ ନାମ୍ବି ଇଫେକ୍ଟ’କୁ ‘ଶ୍ରେଷ୍ଠ ଫିଚର ଫିଲ୍ମ’ ଓ ‘ଆର୍‌ଆର୍‌ଆର୍‌’କୁ ‘ଶ୍ରେଷ୍ଠ ଲୋକପ୍ରିୟ ଚଳଚ୍ଚିତ୍ର ପୁରସ୍କାର’ ମିଳିବ। ଅନ୍ୟପଟେ ‘ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର’ ଭାବେ ‘ପ୍ରତୀକ୍ଷା’ର ନାମ ଘୋଷଣା ଓଡ଼ିଶା ପାଇଁ ଗୌରବ ନେଇ ଆସିଛି।

    ସେହିଭଳି ଜାତୀୟ ଏକତା ଉପରେ ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ ‘ଦ କଶ୍ମୀର ଫାଇଲ୍ସ’ ଚଳଚ୍ଚିତ୍ରକୁ ‘ନର୍ଗିସ ଦତ୍ତ ପୁରସ୍କାର’ ଦିଆଯିବ। ହିନ୍ଦୀ ଚଳଚ୍ଚିତ୍ର ସର୍ଦ୍ଦାର ଉଦ୍ଧମକୁ ‘ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର’ ମିଳିଛି। ଏହି ଚଳଚ୍ଚିତ୍ର ଶ୍ରେଷ୍ଠ ପୋଷାକ ଡିଜାଇନର୍, ଶ୍ରେଷ୍ଠ ପ୍ରଡକ୍ସନ ଡିଜାଇନର୍ ଓ ଶ୍ରେଷ୍ଠ ସିନେମାଟୋଗ୍ରାଫି ପାଇଁ ବି ଜାତୀୟ ପୁରସ୍କାର ଜିତିଛି। ଶ୍ରେଷ୍ଠ ସହ-ଅଭିନେତ୍ରୀ ଭାବେ ପଲ୍ଲବୀ ଯୋଶୀ (ଦ କଶ୍ମୀର ଫାଇଲ୍ସ) ଓ ଶ୍ରେଷ୍ଠ ସହଅଭିନେତା ଭାବେ ପଙ୍କଜ ତ୍ରିପାଠୀ (ମିମି) ପୁରସ୍କାର ଜିତିଛନ୍ତି। ଶ୍ରେୟା ଘୋଷାଲଙ୍କୁ ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ପୁରସ୍କାର ମିଳିଛି। ସେହିପରି ଶ୍ରେଷ୍ଠ ଶିଶୁ କଳାକାର ଭାବେ ଭବୀନ ରବାରୀ ଏହି ଜାତୀୟ ପୁରସ୍କାର ଜିତିଛନ୍ତି।

    ଉଲ୍ଲେଖଥାଉକି ଫିଚର ଫିଲ୍ମ ବର୍ଗରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପ୍ରତୀକ୍ଷାର ପ୍ରଯୋଜକ ଓ ନିର୍ଦ୍ଦେଶକ ହେଉଛନ୍ତି ଅନୁପମ ପଟ୍ଟନାୟକ। ପୁରସ୍କାର ବାବଦରେ ରଜତ କମଳ ଓ ୧ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ଯୁବ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ଦ୍ବାରା ନିର୍ମିତ ଓ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ମଧ୍ୟବିତ୍ତ ପରିବ‌ାରରେ ବାପପୁଅଙ୍କ ସଂପର୍କ ଓ ଚାକିରି ପାଇଁ କେମିତି ପୁଅ ସମସ୍ୟା ଭୋଗ କରେ ସେହି କାହାଣୀକୁ ଦର୍ଶାଯାଇଛି। ବିଶିଷ୍ଟ କଥାକାର ଗୌରହରି ଦାସଙ୍କ କ୍ଷୁଦ୍ର ଗଳ୍ପ ‘ବାପା’ ଉପରେ ଏହି ଚଳଚ୍ଚିତ୍ର ଆଧାରିତ। ଚଳଚ୍ଚିତ୍ର ୨୦୨୨ ଡିସେମ୍ବର ୨ତାରିଖରେ ମୁକ୍ତିଲାଭ କରିଥିଲା। ଏଥିରେ ବର୍ଷ‌ା ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର, ଦୀପନ୍ବିତ ଦାସମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସଙ୍କ ଭଳି କଳାକାର ଅଭିନୟ କରିଛନ୍ତି। ରାଜ୍ୟ ଭିତରେ ଓ ବା‌ହାରେ ଏହି ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଛି। ଗୋଆ ଚଳଚ୍ଚିତ୍ର ମହୋତ୍ସବରେ ମଧ୍ୟ ଏହା ପ୍ରଦର୍ଶିତ ହୋଇଥିଲା। ଘଡ଼ିସନ୍ଧି ମୁହୂର୍ତ୍ତରେ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପ ଗତି କରୁଥିବା ବେଳେ ଚଳଚ୍ଚିତ୍ର ‘ପ୍ରତୀକ୍ଷା’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ରୂପେ ଜାତୀୟ ପୁରସ୍କାର ପାଇଁ ମନୋନୀତ କରାଯିବାକୁ ନେଇ ବିଭିନ୍ନ ମହଲରେ ଖୁସିର ଲହରୀ ସୃଷ୍ଟି ହୋଇଛି।

    Share. Facebook Twitter LinkedIn WhatsApp Email
    Previous Article୧୯୬୪ କୋଟି ଠକିନେଲା ଭିସା ପାୱାର: ଭୁବନେଶ୍ବର ପିଏନ୍‌ବିକୁ ୩୯୪ କୋଟି ଟଙ୍କାର ଚୂନ
    Next Article କଣ୍ଟାବାଞ୍ଜିରେ ଚାଞ୍ଚଲ୍ୟ! ବୃଦ୍ଧାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୩ ଅଟକ
    NewsLaxmi7
    • Website

    Related Posts

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023
    • Facebook
    • Twitter
    • Instagram
    • YouTube
    Our Picks

    ସାଧୁ ବେଶରେ ୱାଣ୍ଟେଡ୍ କ୍ରିମିନାଲ୍: ୨୩ ବର୍ଷ ପରେ ଧରିଲା ପୁଲିସ

    July 3, 2023

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023
    Don't Miss
    ରାଜ୍ୟ

    ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା

    October 3, 2023

    ଭୁବନେଶ୍ବର: ପିଲା ନ ହେବାରୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ତାଲା ପଡ଼ିଥିଲା। ଛାତ୍ରଛାତ୍ରୀଙ୍କୁ ନିକଟସ୍ଥ ବିଦ୍ୟାଳୟକୁ ପଠାଯିବା ସହ ଶିକ୍ଷକ…

    ଏଏସ୍‌ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ

    October 3, 2023

    ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ

    October 3, 2023

    ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ

    October 3, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସୋଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ: ପ୍ରକଳ୍ପ ଗୋଟିଏ କିନ୍ତୁ କାମ ହୋଇଛି ଦୁଇଟି

    January 27, 2023

    ସୁନାଗହଣା ଲୁଟ୍‌ର ନୂଆ ତରିକା: ତନ୍ତ୍ରମନ୍ତ୍ର ଆଳରେ ମହିଳାଙ୍କୁ ଲୁଟୁଛନ୍ତି ଦୁର୍ବୃତ୍ତ

    September 4, 2023

    ସଂପର୍କରେ ଲାଗିଲା ରକ୍ତର ଛିଟା, ଭାଇକୁ ପିଟି ପିଟି ହତ୍ୟା କଲା ଭାଇ

    May 28, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.