ଦେଶ ବିଦେଶ ମନୋରଞ୍ଜନ

ଅକ୍ଷୟ କୁମାରଙ୍କ ମାଆ ଅରୁଣା ଭାଟିଆଙ୍କ ଦେହାନ୍ତ : ଇମୋସନାଲ୍ ପୋଷ୍ଟ କଲେ ଅଭିନେତା

ମୁମ୍ବାଇ ୦୮/୦୯ : ବଲିଉଡର ଅଭିନେତା ଅକ୍ଷୟ କୁମାରଙ୍କ ମା’ ଅରୁଣା ଭାଟିଆଙ୍କର ପରଲୋକ ହୋଇଯାଇଛି। ମୁମ୍ବାଇ ସ୍ଥିତ ହୀରାନନ୍ଦାନୀ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅସୁସ୍ଥତା ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ତାଙ୍କ ସ୍ବାସ୍ଥ୍ୟ ଅଧିକ ବିଗିଡିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା।

ଏନେଇ ଅକ୍ଷୟ କୁମାର ସୋଶାଲ୍ ମିଡିଆ ଯୋଗେ ତାଙ୍କ ମା’ଙ୍କ ଦେହାନ୍ତ ଖବରକୁ ପ୍ରକାଶ କରି କହିଛନ୍ତି। ଅକ୍ଷୟ ଗତ କିଛି ଦିନ ଧରି ତାଙ୍କର ଆଗାମୀ ଫିଲ୍ମ ‘ସିଣ୍ଡ୍ରେଲା’ର ଶୁଟିଂରେ ବ୍ୟସ୍ତ ଥିଲେ। ହେଲେ ମା’ଙ୍କ ଅସୁସ୍ଥତା ହେତୁ ସେ ଲଣ୍ଡନରୁ ମୁମ୍ବାଇକୁ ଫେରି ଆସିଥିଲେ।

ଏବେ ଅକ୍ଷୟ ନିଜ ସୋସିଆଲ ମିଡିଆ ଏକ ପୋଷ୍ଟରେ ସେୟାର କରି ଲେଖିଛନ୍ତି, କି ସେ ମୋ ଜୀବନର ଗୁରୁତ୍ୱପୂର୍ଣ୍ଣ ଅଂଶ ଥିଲେ। କିନ୍ତୁ ଆଜି ଅସହନୀୟ ଯନ୍ତ୍ରଣା ହେଉଛି। ଆଜି ସକାଳେ ମୋ ମା’ ଦୁନିଆକୁ ଛାଡି ଅଲବିଦା କହିଛନ୍ତି । ଏହା ପୂର୍ବରୁ ବାପାଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଏବେ ମା’ ବି ତାଙ୍କ ପାଖକୁ ଚାଲି ଯାଇଛନ୍ତି। ମୁଁ ଓ ମୋ ପରିବାର ଏବେ ଏକ କଷ୍ଟକର ସମୟ ଦେଇ ଗତି କରୁଛୁ । ଏହି ସମୟରେ ଆପଣମାନଙ୍କ ପ୍ରାର୍ଥନା ପାଇଁ ବହୁତ ବହୁତ ଧନ୍ୟବାଦ ।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ