ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର ୨୮।୦୮ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିଥିବାବେଳେ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ବିଷୟର ଫଳ । ଏନେଇ ଫଳ ପ୍ରକାଶ ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । orissaresults.nic.in ୱେବସାଇଟ୍‌ରେ ମାଧ୍ୟମରେ ଫଳ ଜାଣିପାରିବେ ଛାତ୍ରଛାତ୍ରୀ।

ତେବେ ରାଜ୍ୟରେ ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷା ଦେଇଥିଲେ । ବୁଧବାର ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ପଳ ପ୍ରକାଶ ପାଇଥିଲା । ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ଭଲ ରେଜଲ୍ଟ ହୋଇଛି । ଆଗକୁ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେହିପରି ହେବ ବୋଲି ଶିକ୍ଷାବିତ୍‌ମାନେ ଆଶା ରଖିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି