ଅପରାଧ ରାଜ୍ୟ

ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରୁ ମୃତଦେହ ଉଦ୍ଧାର, ପୋଲିସ୍‌ର ତଦନ୍ତ ଆରମ୍ଭ

ଭଦ୍ରକ, ୨୮/୦୯: ଭଦ୍ରକ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରୁ ଏକ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ସ୍ଥାନୀୟ ଅଞ୍ଚଳର ବାସିନ୍ଦା । ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରୁ ଏହି ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ ମୃତକ ସରସଦା ପଞ୍ଚାୟତ ପିରିପୁର ଗ୍ରାମର କୈଳାସ ମହାନ୍ତି ବୋଲି ଜଣାପଡିଛି । ସ୍ଥାନୀୟ ଲୋକେ ରାଜପଥ କଡ଼ରେ ମୃତଦେହ ପଡ଼ିଥିବା ଦେଖି ନିକଟସ୍ଥ ପୋଲିସ ଷ୍ଟେସନକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ଭଣ୍ଡାରପୋଖରୀ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଥିବା ବେଳେ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟର କାରଣ ଅସ୍ପଷ୍ଟ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।