ଅପରାଧ ରାଜ୍ୟ

ଅଟୋକୁ ପିଟିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର : ଦୁର୍ଘଟଣାରେ ଜଣେ ମୃତ, ୫ ଗୁରୁତର

ବୌଦ୍ଧ ୪।୬: ବୌଦ୍ଧ ବାଇପାସ୍ ଜଗଦୀଶପୁର ଛକ ନିକଟରେ ଦୁର୍ଘଟଣା । ଅଟୋକୁ ପିଟିଲା ପେଟ୍ରୋଲ ବୋଝେଇ ଟ୍ୟାଙ୍କର । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ବୌଦ୍ଧରୁ ବଘିଆପଡା ଅଞ୍ଚଳକୁ କିଛି ଲୋକ ଏକ ଅଟୋ ଯୋଗେ ଯାଇଥିବା ବେଳେ ବୌଦ୍ଧ ବାଇପାସ୍ ନିକଟରେ ପଛପଟୁ ଆସୁଥିବା ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଡାକ୍ତରଖାନାରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ମୃତକଙ୍କ ପରିଚୟ ସହ ଘଟଣାର ତଦନ୍ତ କରୁଛି । ସେପଟେ ଉତ୍ତ୍ୟକ୍ତ ଲୋକେ ବାଇପାସ୍ ରାସ୍ତା ଅବରୋଧ କରିଥିବା ବେଳେ ଉଭୟ ପଟେ ଅଟକି ରହିଛି ଗାଡିମଟର। ଯେପର୍ଯ୍ୟନ୍ତ ତାଙ୍କର ସ୍ଥାୟୀ ସମାଧାନ କରାନଯାଏ ସେପର୍ଯ୍ୟନ୍ତ ରାସ୍ତାରୋକ ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।