ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା, ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର ୧୮।୦୧ : ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ଅପରାହ୍ନ ୫ ଟାରେ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଖବର ଅନୁଯାୟୀ, ରାଜ୍ୟରେ ଏବେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଛି । ଯାହାକି ଏକ ଚିନ୍ତାଜନକ ବିଷୟ । କରୋନା ସଂକ୍ରମଣ ଗ୍ରାଫ୍‌କୁ କମ୍‌ କରିବାକୁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି । କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଥିଲେ । ଆଜି ପୁଣି ଥରେ ରାଜ୍ୟର କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବରିଷ୍ଠ ଅଧିକାରୀଙ୍କ ସହ ରାଜ୍ୟରେ କୋଭିଡ ସଂକ୍ରମଣର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୦୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ଏବେ ଯାଏଁ ମୋଟ୍ ୧୧୫୫୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦୯୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୬୬୦୩୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୭୭୨୫୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର