ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ, କରୋନା ସଂପର୍କରେ ଦେଇପାରନ୍ତି ପରାମର୍ଶ

ଭୁବନେଶ୍ବର ୯।୪: ପୁଣି ଥରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଶୁକ୍ରବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି । ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି ।

ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର