ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଅପରେସନ୍‌ ଗ୍ରୀନ୍ କ୍ଲିନ୍‌, ୧୨୫ ଏକର ସରକାରୀ ଜମିରୁ ଗଞ୍ଜେଇ ଚାଷ ନଷ୍ଟ

ବାଲିଗୁଡ଼ା ୦୧।୧୨ : ଅପରେସନ ଗ୍ରୀନ କ୍ଲିନ୍‌ । ୧୨୫ ଏକର ସରକାରୀ ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ । କନ୍ଧମାଳ ଜିଲ୍ଲା କ.ନୂଆଗାଁ ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଏହାକୁ ନଷ୍ଟ କରିଛି ।

ଖବର ଅନୁଯାୟୀ, ସରକାରୀ ଜମିରେ ଗଞ୍ଜେଇ ଚାଷ ଚାଲିଥିବା ନେଇ ଅବକାରୀ ବିଭାଗ ଓ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହିକ୍ରମରେ କ. ନୂଆଗାଁ ଥାନା ସିର୍ତ୍ତିଗୁଡ଼ା ବେଡିପାମାହା ସ୍ଵର୍ଣ୍ଣପୁର ଅଞ୍ଚଳରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସରକାରୀ ଜମିରେ ବେଆଇନ ଭାବେ ଚାଷ ହୋଇଥିବା ଗଞ୍ଜେଇ ଗଛ ନଷ୍ଟ କରିଛି ଅବକାରୀ ବିଭାଗ ।

ତେବେ ନଷ୍ଟ ହୋଇଥିବା ଗଞ୍ଜେଇ ଚାଷର ଆନୁମାନିକ ମୂଲ୍ୟ କୋଟିଏରୁ ଅଧିକ ହେବ ବୋଲି ସୂଚନା ମିଳିଛି। ଏନେଇ କ. ନୂଆଗାଁ ଥାନାରେ ଏନ.ଡି.ପି.ଏସ ଆକ୍ଟରେ ମାମଲା ରୁଜୁ ହୋଇଥିବା ନେଇ ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।