ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଅପରେସନ୍ ବେଳେ ଡାକ୍ତର କାଟିଦେଲେ ଖାଦ୍ୟନଳୀ, ମହିଳା ଗୁରୁତର

ସମ୍ବଲପୁର ୪।୩: ଡାକ୍ତରଙ୍କ ଭୁଲ ଚିକତ୍ସା ଯୋଗୁଁ ମହିଳା ଗୁରୁତର ଅଭିଯୋଗ । ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ସମୟରେ ଖାଦ୍ୟନଳୀ କାଟି ଦେଇଥିବା ଭଳି ସାଂଘାତିକ ଅଭିଯୋଗ ଆସିଛି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ବୁର୍ଲା ଭୀମସାରରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାବେଳେ ସେ ବୁର୍ଲାରେ ଚିକିତ୍ସିତ ହେଉଛନ୍ତି ।

ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ କୁହାକୁଣ୍ଡାର ଜିତେନ ଭୋଇଙ୍କ ପତ୍ନୀ ସରିତା ଭୋଇ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ପାଇଁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲେ । ତେବେ ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯିବା ସମୟରେ ଡାକ୍ତର ଖାଦ୍ୟନଳୀ କାଟି ଦେବାରୁ ଗୁରୁତର ଅବସ୍ଥାରେ ପ୍ରଥମେ ଝାରସୁଗୁଡା ସଦର ମେଡିକାଲ ଓ ପରେ ବୁର୍ଲାରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତରଙ୍କ ଭୁଲ ଯୋଗୁଁ ଏପରି ଘଟଣା ଘଟିଥିବାରୁ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ପରିବାର ଲୋକ ଦାବି କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ