ଅପରାଧ ରାଜ୍ୟ

ଅପରେସନ ନୀଳ ଜହର, କୋଟିଏ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ବାଲିଗୁଡ଼ା ୧୭।୧୧ : ଅପରେସନ ନୀଳ ଜହର । କନ୍ଧମାଳ ଜିଲ୍ଲା ବାଲିଗୁଡାରେ ବିପୁଳ ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ । ଯାହାର ଆନୁମାନିକ ମୂଲ୍ୟ କୋଟିଏ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ଖବର ଅନୁଯାୟୀ, କନ୍ଧମାଳ ଏସ. ପି ଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡା ଏସଡ଼ିପିଓ ଜି. ଆର ରାଗବେନ୍ଦ୍ର ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । ବାଲିଗୁଡା ଥାନା ପୋଲିସ ଏବଂ ଅବକାରୀ ବିଭାଗ ମିଳିତ ଭାବେ ଚଢାଉ କରି ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିଲା । ସିନ୍ଦ୍ରି ପଞ୍ଚାୟତର ଗୁଦ୍ରାସାହି ବାଲିପଦର ମେଡ଼ିପାଙ୍ଗା ଅଞ୍ଚଳ ରେ ୧୧୫ ଏକର ସରକାରୀ ଜମିରେ ଚାଷ ହୋଇଥିବା ଗଞ୍ଜେଇକୁ ନଷ୍ଟ କରିଛି l ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟିଏ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।