ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଅଭିନେତା ବାବୁସାନ୍‌ ମହାନ୍ତି ଅସୁସ୍ଥ, ମେଡିକାଲରେ ଚାଲିଛି ଚିକିତ୍ସା

ଭୁବନେଶ୍ୱର ୨୩।୦୯: ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ତଥା ଲୋକପ୍ରିୟ ଅଭିନେତା ବାବୁସାନ୍‌ ମହାନ୍ତି ଅସୁସ୍ଥ । ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ବୁଧବାର ସନ୍ଧ୍ୟାରେ ସେ ଡାକ୍ତରଖାନା ବେଡ୍‌ରେ ଶୋଇଥିବାର ଏକ ଫଟୋ ପୋଷ୍ଟ କରିଛନ୍ତି ‘ଦମନ’ର ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ । ସେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଥିସହ ତୁମ ବିନା ‘ଦମନ’ର ପ୍ରଚାର ଅସମ୍ପୂର୍ଣ୍ଣ । ପ୍ରାର୍ଥନା କରୁଛି, ରକେଟ୍‌ ବେଗରେ ସୁସ୍ଥ ହୋଇଯାଅ ।

ଏହାପରେ ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ବୁଝିବା ପାଇଁ ଅଭିନେତା ତଥା ବାବୁସାନ୍‌ଙ୍କ ସମ୍ପର୍କୀୟ ରବି ମିଶ୍ରଙ୍କୁ ଯୋଗାଯୋଗ କରିଥିଲୁ । ସେ କହିଥିଲେ, ଗତ କିଛି ଦିନ ପୂର୍ବରୁ ବାବୁସାନ ‘ରାଇଡିଂ ଫର୍‌ ଦମନ୍‌’ ପାଇଁ ଲଦାଖ ଯାଇଥିଲେ । ସେଠାରେ ବାଇକ୍‌ ଚଳାଇବା ପରେ ତାଙ୍କର ଅକ୍ସିଜେନ୍‌ ଲେବଲ୍‌ କମିଥିଲା । ପ୍ରାଥମିକ ଚିକିତ୍ସା ପରେ ସେ ଭୁବନେଶ୍ୱର ଫେରି ପୁଣି ଅସୁସ୍ଥ ଅନୁଭବ କରିବାରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ଗତ ୫ଦିନ ହେବ ସେ ଚିକିତ୍ସାଧୀନ ଅଛନ୍ତି । ପତ୍ନୀ ଓ ପରିବାର ଲୋକଙ୍କ ଉପସ୍ଥିତିରେ ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ବର୍ତ୍ତମାନ ସେ ସୁସ୍ଥ ଥିବାବେଳେ ଆଉ ୨ ତିନି ମଧ୍ୟରେ ଘରକୁ ଫେରିବେ । ସୋସିଆଲ୍‌ ମିଡିଆ ଏବଂ ଅନ୍ୟ ମାଧ୍ୟମରେ ତାଙ୍କ ଅସୁସ୍ଥ ହେବାର ଖବର ପ୍ରସାରିତ ହେବା ପରେ ତାଙ୍କ ପ୍ରଶଂସକ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ