ରାଜ୍ୟ

ଅର୍ଚ୍ଚନା ନାଗ ଜାମିନ ଆବେଦନ ମାମଲା: ମାର୍ଚ୍ଚ ୧୪ରେ ପରବର୍ତ୍ତୀ ଶୁଣାଣି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

କଟକ : ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାର ଗୁରୁବାର ଦିନ ହାଇକୋର୍ଟରେ ଶୁଣାଣି ହୋଇଛି। ମାମଲାର ଶୁଣାଣି ସମୟରେ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇ ସାରିଥିବା ସ୍ପଷ୍ଟ ହୋଇଛି। ଏହା ସହିତ ସରକାରଙ୍କ ପକ୍ଷରୁ ତଦନ୍ତର ସାନି ସ୍ଥିତିକୁ ନେଇ ମଧ୍ୟ କୋର୍ଟଙ୍କୁ ଅବଗତ କରାଯାଇଥିଲା। ଚାର୍ଜସିଟରେ ଉଲ୍ଲେଖ କରାଯାଇଥିବା ନଥିପତ୍ରର କପି କିନ୍ତୁ ଅଭିଯୁକ୍ତ ଏପର୍ଯ୍ୟନ୍ତ ପାଇ ପାରି ନାହାନ୍ତି ବୋଲି ଜଣାପଡ଼ିଥିଲା। ଏଭଳି ସ୍ଥିତିରେ ମାର୍ଚ୍ଚ ମାର୍ଚ୍ଚ ୧୪କୁ ମାମଲାର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଭି.‌ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଅର୍ଚ୍ଚନାଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଏଠାରେ ସୂଚନା ଯୋଗ୍ୟ ଯେ ଜାନୁଆରି ୬ରେ ହାଇକୋର୍ଟ ମାମଲାର ଶୁଣାଣି କରି କେସ୍ ଡାଏରି ଦାଖଲ ପାଇଁ ସରକାରଙ୍କୁ ନ‌ର୍ଦ୍ଦେଶ ଦେଇଥିଲେ। ଚଳଚ୍ଚିତ୍ର ‌ପ୍ରଯୋଜକ ଅକ୍ଷୟ କୁମାର ପରିଜାଙ୍କ ଏତଲା ଆଧାରରେ ନୟାପଲ୍ଲୀ ଥାନାରେ ରୁଜୁ ମାମଲାରେ ଜାମିନ ଲୋଡ଼ି ଅର୍ଚ୍ଚନା ଗତ ଜାନୁଆରି ୨ ତାରିଖରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଭୁବେନେଶ୍ବର ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଜାମିନ ଖାରଜ ହେବା ପରେ ଅର୍ଚ୍ଚନା ହାଇକୋର୍ଟରେ ନିୟମିତ ଜାମିନ ଆବେଦନ ଦାୟର କରିଥିଲେ। ଆବେଦନକାରୀଙ୍କ ତରଫରୁ ଆଇନଜଜୀବୀ ବିଶ୍ବଚନ୍ଦନ ମହାନ୍ତି ମାମଲା ପରିଚାଳନା କରୁଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।