ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଟକ : ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାର ଗୁରୁବାର ଦିନ ହାଇକୋର୍ଟରେ ଶୁଣାଣି ହୋଇଛି। ମାମଲାର ଶୁଣାଣି ସମୟରେ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇ ସାରିଥିବା ସ୍ପଷ୍ଟ ହୋଇଛି। ଏହା ସହିତ ସରକାରଙ୍କ ପକ୍ଷରୁ ତଦନ୍ତର ସାନି ସ୍ଥିତିକୁ ନେଇ ମଧ୍ୟ କୋର୍ଟଙ୍କୁ ଅବଗତ କରାଯାଇଥିଲା। ଚାର୍ଜସିଟରେ ଉଲ୍ଲେଖ କରାଯାଇଥିବା ନଥିପତ୍ରର କପି କିନ୍ତୁ ଅଭିଯୁକ୍ତ ଏପର୍ଯ୍ୟନ୍ତ ପାଇ ପାରି ନାହାନ୍ତି ବୋଲି ଜଣାପଡ଼ିଥିଲା। ଏଭଳି ସ୍ଥିତିରେ ମାର୍ଚ୍ଚ ମାର୍ଚ୍ଚ ୧୪କୁ ମାମଲାର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଅର୍ଚ୍ଚନାଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।
ଏଠାରେ ସୂଚନା ଯୋଗ୍ୟ ଯେ ଜାନୁଆରି ୬ରେ ହାଇକୋର୍ଟ ମାମଲାର ଶୁଣାଣି କରି କେସ୍ ଡାଏରି ଦାଖଲ ପାଇଁ ସରକାରଙ୍କୁ ନର୍ଦ୍ଦେଶ ଦେଇଥିଲେ। ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ କୁମାର ପରିଜାଙ୍କ ଏତଲା ଆଧାରରେ ନୟାପଲ୍ଲୀ ଥାନାରେ ରୁଜୁ ମାମଲାରେ ଜାମିନ ଲୋଡ଼ି ଅର୍ଚ୍ଚନା ଗତ ଜାନୁଆରି ୨ ତାରିଖରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଭୁବେନେଶ୍ବର ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଜାମିନ ଖାରଜ ହେବା ପରେ ଅର୍ଚ୍ଚନା ହାଇକୋର୍ଟରେ ନିୟମିତ ଜାମିନ ଆବେଦନ ଦାୟର କରିଥିଲେ। ଆବେଦନକାରୀଙ୍କ ତରଫରୁ ଆଇନଜଜୀବୀ ବିଶ୍ବଚନ୍ଦନ ମହାନ୍ତି ମାମଲା ପରିଚାଳନା କରୁଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l