ରାଜ୍ୟ

ଅଷ୍ଟମୀ ଭାର ନେଇ ଝିଅ ଘରକୁ ଯାଉଥିଲେ ବାପା, ଦୁର୍ଘଟଣାରେ ଗୁରୁତର

ସାଲେପୁର, ୧୬/୧୧: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି । କଟକ-ଚାନ୍ଦବାଲି ରାସ୍ତାର ସାଲେପୁର ସପନପୁର ଧବଳେଶ୍ବର ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘିଟିିଛି । ସ୍କୁଟି ଚାଳକ ଜଣକ ମାହାଙ୍ଗା ସବଳକଣାର ଅମିକେଶ୍ୱର ମହାପାତ୍ର ବୋଲି ଜଣାପଡ଼ିଛି । ଅମିକେଶ୍ୱର ନିଜ ସ୍କୁଟି ଯୋଗେ ଆଜି ସକାଳୁ ଝିଅଘରକୁ ଅଷ୍ଟମୀ ତିଥି ପାଇଁ ଭାର ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ବାରିକେଟରେ ବାଡେଇ ହୋଇ ଗୁରୁତର ହୋଇ ପଡିଥିଲେ । ଘଟଣା ସ୍ଥଳରୁ ତାଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।