ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜନ୍ମବାର୍ଷିକୀ ଉପଲକ୍ଷେ, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ବରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାନୁଆରି ୧୭ରୁ ୨୩ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆଇକନିକ ସପ୍ତାହ ପାଳନ କରାଯାଉଛି। ଜାନୁଆରି ୨୦ରେ ନେତାଜୀଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ସିଆର୍ପିଏଫ୍, ଆଇଟିବିପି ଏବଂ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ନେତାଜୀଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏହିସବୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।
ଶୁକ୍ରବାର ସକାଳ ସାଢ଼େ ୬ଟାରୁ ସାଢ଼େ ୭ଟା ପର୍ଯ୍ୟନ୍ତ କଟକର ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟଠାରୁ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ସ୍ଥାନ ଆନନ୍ଦ ଭବନ ପର୍ଯ୍ୟନ୍ତ ପ୍ରଭାତ ଫେରି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିରେ ସିଆର୍ପିଏଫ୍, ଆଇଟିବିପି ଏବଂ ସ୍କୁଲ ଛାତ୍ରଛାତ୍ରୀ ସାମିଲ ହେବେ। ସେହିପରି ସକାଳ ସାଢ଼େ ୭ଟାଠାରୁ ସାଢ଼େ ୮ଟା ପର୍ଯ୍ୟନ୍ତ ଗଣଦୌଡ଼ ଆୟୋଜନ କରାଯିବ। ଏହା କଟକ ଇନଡୋର ଷ୍ଟାଡିୟମଠାରୁ ଆରମ୍ଭ ହୋଇ ସାରଳା ଭବନ, ଡିୟର ପାର୍କ, ରିଙ୍ଗ ରୋଡ୍, କ୍ୟାଣ୍ଟନମେଣ୍ଟ ଥାନା, ସିଲଭର ସିଟି ବୋଟ୍ କ୍ଲବ, ସେଣ୍ଟ ଯୋସେଫ ସ୍କୁଲ, ବିଜୁ ପଟ୍ଟନାୟକ ଛକ, ଆନନ୍ଦ ଭବନ ଆଦି ସ୍ଥାନ ଦେଇ ପୁଣି ଇନଡୋର ଷ୍ଟାଡିୟମରେ ପହଞ୍ଚିବ। ଏହାଛଡ଼ା ସମାନ ସ୍ଥାନରେ ସକାଳ ସାଢ଼େ ୯ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଇକେଲ ରାଲି ଆୟୋଜନ କରାଯିବ।
କଟକ ଷ୍ଟୁଆର୍ଟ ସ୍କୁଲ ପରିସରରେ ସକାଳ ୯ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ରକ୍ତଦାନ ଶିବିର ଆୟୋଜନ କରାଯିବ। ରେଭେନ୍ସା କଲେଜିଏଟ୍ ସ୍କୁଲ କ୍ୟାମ୍ପସରେ ସକାଳ ୧୦ଟା ୨୦ରୁ ୧୧ଟା ମଧ୍ୟରେ ବୃକ୍ଷରୋପଣ କରାଯିବ। କଟକ ସହିଦ ଭବନ ପରିସରରେ ଡାକ ଟିକଟ ପ୍ରଦର୍ଶନୀ, ଯୁଦ୍ଧାସ୍ତ୍ର ପ୍ରଦର୍ଶନୀ, କବି ସମ୍ମିଳନୀ ଆୟୋଜନ କରାଯିବ। ସେହିପରି ଅପରାହ୍ଣ ସାଢ଼େ ୫ଟାରେ ସହିଦ ଭବନଠାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ।
ଚଳିତ ବର୍ଷ ନେତାଜୀ ଜୟନ୍ତୀକୁ ଜନଭାଗୀଦାରି ମାଧ୍ୟମରେ ଦେଶବ୍ୟାପୀ ବ୍ୟାପକ ଆକାରରେ ଆୟୋଜନ କରିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଜନସାଧାରଣ ସାମିଲ ହେବାକୁ ମନ୍ତ୍ରଣାଳୟ ପକ୍ଷରୁ ଆହ୍ବାନ କରାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l